ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୮: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି, ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସେ କହିଛନ୍ତି, ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ। ଦେଶ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ସେହି ମହାପୁରୁଷମାନଙ୍କୁ ପ୍ରଣାମ କରିବା। ଆଜିର ଦିନରେ ଦେଶ ବିଭାଜନ ହୋଇଥିଲା। କ୍ଷତ ମନରୁ ଲିଭିନି।

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ବେଶ୍‌ ଭଲ ପ୍ରଦର୍ଶନ କରିବାରୁ ରାଷ୍ଟ୍ରପତି ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଟି-୨୦ରେ ଭାରତୀୟ କ୍ରିକେଟ ଦଳ ମଧ୍ୟ ବିଶ୍ବ ଚାମ୍ପିୟନ ହୋଇଛି। ସବୁ ବର୍ଗର ଖେଳାଳିଙ୍କୁ ମୁଁ ଏଥିପାଇଁ ବଧେଇ ଜଣାଉଛି ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି।

ପ୍ରଧାନମନ୍ତ୍ରୀ ଅନ୍ନ କଲ୍ୟାଣ ଯୋଜନାରେ ଲୋକଙ୍କୁ ମାଗଣା ରାଶନ ଦିଆଯାଉଛି। ଜି-୨୦ର ସଫଳ ଆୟୋଜନ କରି ବିଶ୍ବରେ ପରାକାଷ୍ଠା ଦେଖାଇଛି ଭାରତ। ବିବିଧତା ଭିତରେ ଏକତା ରଖି ଆମେ ଆଗକୁ ନିରନ୍ତର ବଢ଼ୁଛୁ। ସାମାଜିକ ନ୍ୟାୟ ସରକାରଙ୍କର ପ୍ରାଥମିକତା ହୋଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ଏଥିସହିତ ମହିଳାଙ୍କୁ କେବଳ ସମାନତା ନୁହେଁ ଉପରକୁ ଉଠିବାକୁ ପ୍ରାଥମିକତା ମିଳୁଛି। ଏଥିପାଇଁ ବଜେଟ୍ରେ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି। ନାରୀ ସଶକ୍ତୀକରଣ ପାଇଁ ନାରୀଶକ୍ତି ବନ୍ଦନ ଲାଗୁ କରିଛୁ। ଯୁବ ପ୍ରତିଭାଙ୍କୁ ରୋଜଗାର ଯୋଗାଇବାକୁ ସ୍ବତନ୍ତ୍ର ବ୍ୟବସ୍ଥା ବି ହୋଇଛି। ଡିଜିଟାଲ ଟେକ୍ନୋଲୋଜିକୁ ଆଜି ଅନ୍ୟ ଦେଶ ଟାମ୍ପଲେଟ ମାନିଲେଣି ବୋଲି ରାଷ୍ଟ୍ରପତି ଆଜି ତାଙ୍କ ଅଭିଭାଷଣରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri