ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ ଦେହାନ୍ତରେ ମୁଁ ଦୁଃଖିତ। ଯିଏ ଓଡ଼ିଶା ସରକାରରେ ଅନେକ ଥର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଓଡ଼ିଶା ଏବଂ ଦେଶର ପ୍ରଗତିରେ ଶ୍ରୀ ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କ ପରିବାର ସଦସ୍ୟ ଏବଂ ଅନୁଗାମୀମାନଙ୍କୁ ମୋର ଗଭୀର ସମବେଦନା।

ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?