ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେବେ। ଅପରାହ୍ନ ୩ଟା ୫୫ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ଏହି ଅବସରରେ ୨୨ ଜଣଙ୍କୁ ସ୍ବର୍ଣ୍ଣପଦକ ଓ ୪ ଜଣଙ୍କୁ ଡିଲିଟ୍‌ ଉପାଧି ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉଚ୍ଚଶିକ୍ଷା ସଚିବ ପ୍ରମୁଖ ଉପସ୍ଥିତ ରହିବେ। ପରେ ରାଜଭବନକୁ ଫେରି ରାତ୍ରିଯାପନ କରିବେ।
୧୧ ତାରିଖ ସକାଳ ୯ଟା ୫ରେ ସେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ ସାରି ପୂର୍ବାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧୀନ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ୨ୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଏହାପରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ‘ବ୍ଲ୍ୟୁ ବୁକ୍‌’ ନିୟମ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମଧ୍ୟାହ୍ନରେ କମିଶନରେଟ ପୋଲିସ ପକ୍ଷରୁ କାର୍‌କେଡ ରିହର୍ସାଲ କରାଯାଇଥିଲା। କାର୍‌କେଡ ପ୍ରଥମେ ଭୁବନେଶ୍ୱର ବିମାନ ବନ୍ଦରରୁ ବାହାରି ଉତ୍କଳ ମଣ୍ଡପ ଯାଇଥିଲା। ପରେ ସେଠାରୁ ରମାଦେବୀ ବିଶ୍ୱବିଦ୍ୟାଳୟ ଏବଂ ପରେ ଲିଙ୍ଗରାଜ ମନ୍ଦିର ଯାଇ ରାଜଭବନ ଫେରିଥିଲା। କାର୍‌କେଡ଼ରେ ୩୦ କାର୍‌ ରହିବାକୁ ଥିବାବେଳେ ଦାୟିତ୍ୱରେ ଜଣେ ଏସ୍‌ପି ର଼୍ୟାଙ୍କ୍‌ର ଅଧିକାରୀ ରହିବେ। ତେବେ ବିମାନ ବନ୍ଦରରୁ ଆରମ୍ଭ କରି ରାଜଭବନ ଏବଂ ରାଷ୍ଟ୍ରପତି ଯୋଗ ଦେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମସ୍ଥଳୀ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ମୋଟ ୪୦ ପ୍ଲାଟୁନ ପୋଲିସ ଦାୟିତ୍ୱରେ ରହିବେ। ୧୪ ଏଡିସିପି ର଼୍ୟାଙ୍କ୍‌ ଅଫିସର, ୩୫ ଏସିପି ର଼୍ୟାଙ୍କ୍‌ ଅଫିସର, ୪୭ ଇନ୍ସପେକ୍ଟର, ୧୮୮ ସବ୍‌ଇନ୍ସପେକ୍ଟର ଓ ୫୦ ହୋମ୍‌ଗାର୍ଡ ନିୟୋଜିତ ହେବେ। ତେବେ ରାଷ୍ଟ୍ରପତି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ବେଳେ ଲିଙ୍ଗରାଜ ମନ୍ଦିରରେ ଅଧଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌, ହୋଟେଲ ଆଦିକୁ ହାଇ ଆଲର୍ଟରେ ରଖାଯାଇଛି। ଅନ୍ୟପକ୍ଷରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ରିଜର୍ଭ ପୋଲିସ ଗ୍ରାଉଣ୍ଡ୍‌ରେ ବୈଠକ କରି ସୁରକ୍ଷାରେ ନିୟୋଜିତ ହେବାକୁ ଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରି ସୁରକ୍ଷା ବ୍ୟବସ୍ଥାର ଚୂଡ଼ାନ୍ତ ପ୍ରସ୍ତୁତି ସାରିଛନ୍ତି।
ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିସ୍ତୃତ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଯୋଗଦେବାକୁ ଥିବା ଉତ୍କଳମଣ୍ଡପ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକର ସିଧା ପ୍ରସାରଣ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମକୁ କମନ ଫିଡ୍‌ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନର ଫଟୋ ଓ ଭିଡିଓ କଭରେଜ ସମେତ ଅନ୍ୟ କାର୍ଯ୍ୟକ୍ରମଗୁଡ଼ିକର ଫଟୋ ଓ ଭିଡିଓ ଉତ୍ତୋଳନର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri