ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେବେ। ଅପରାହ୍ନ ୩ଟା ୫୫ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ଏହି ଅବସରରେ ୨୨ ଜଣଙ୍କୁ ସ୍ବର୍ଣ୍ଣପଦକ ଓ ୪ ଜଣଙ୍କୁ ଡିଲିଟ୍‌ ଉପାଧି ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉଚ୍ଚଶିକ୍ଷା ସଚିବ ପ୍ରମୁଖ ଉପସ୍ଥିତ ରହିବେ। ପରେ ରାଜଭବନକୁ ଫେରି ରାତ୍ରିଯାପନ କରିବେ।
୧୧ ତାରିଖ ସକାଳ ୯ଟା ୫ରେ ସେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ ସାରି ପୂର୍ବାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧୀନ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ୨ୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଏହାପରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ‘ବ୍ଲ୍ୟୁ ବୁକ୍‌’ ନିୟମ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମଧ୍ୟାହ୍ନରେ କମିଶନରେଟ ପୋଲିସ ପକ୍ଷରୁ କାର୍‌କେଡ ରିହର୍ସାଲ କରାଯାଇଥିଲା। କାର୍‌କେଡ ପ୍ରଥମେ ଭୁବନେଶ୍ୱର ବିମାନ ବନ୍ଦରରୁ ବାହାରି ଉତ୍କଳ ମଣ୍ଡପ ଯାଇଥିଲା। ପରେ ସେଠାରୁ ରମାଦେବୀ ବିଶ୍ୱବିଦ୍ୟାଳୟ ଏବଂ ପରେ ଲିଙ୍ଗରାଜ ମନ୍ଦିର ଯାଇ ରାଜଭବନ ଫେରିଥିଲା। କାର୍‌କେଡ଼ରେ ୩୦ କାର୍‌ ରହିବାକୁ ଥିବାବେଳେ ଦାୟିତ୍ୱରେ ଜଣେ ଏସ୍‌ପି ର଼୍ୟାଙ୍କ୍‌ର ଅଧିକାରୀ ରହିବେ। ତେବେ ବିମାନ ବନ୍ଦରରୁ ଆରମ୍ଭ କରି ରାଜଭବନ ଏବଂ ରାଷ୍ଟ୍ରପତି ଯୋଗ ଦେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମସ୍ଥଳୀ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ମୋଟ ୪୦ ପ୍ଲାଟୁନ ପୋଲିସ ଦାୟିତ୍ୱରେ ରହିବେ। ୧୪ ଏଡିସିପି ର଼୍ୟାଙ୍କ୍‌ ଅଫିସର, ୩୫ ଏସିପି ର଼୍ୟାଙ୍କ୍‌ ଅଫିସର, ୪୭ ଇନ୍ସପେକ୍ଟର, ୧୮୮ ସବ୍‌ଇନ୍ସପେକ୍ଟର ଓ ୫୦ ହୋମ୍‌ଗାର୍ଡ ନିୟୋଜିତ ହେବେ। ତେବେ ରାଷ୍ଟ୍ରପତି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ବେଳେ ଲିଙ୍ଗରାଜ ମନ୍ଦିରରେ ଅଧଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌, ହୋଟେଲ ଆଦିକୁ ହାଇ ଆଲର୍ଟରେ ରଖାଯାଇଛି। ଅନ୍ୟପକ୍ଷରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ରିଜର୍ଭ ପୋଲିସ ଗ୍ରାଉଣ୍ଡ୍‌ରେ ବୈଠକ କରି ସୁରକ୍ଷାରେ ନିୟୋଜିତ ହେବାକୁ ଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରି ସୁରକ୍ଷା ବ୍ୟବସ୍ଥାର ଚୂଡ଼ାନ୍ତ ପ୍ରସ୍ତୁତି ସାରିଛନ୍ତି।
ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିସ୍ତୃତ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଯୋଗଦେବାକୁ ଥିବା ଉତ୍କଳମଣ୍ଡପ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକର ସିଧା ପ୍ରସାରଣ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମକୁ କମନ ଫିଡ୍‌ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନର ଫଟୋ ଓ ଭିଡିଓ କଭରେଜ ସମେତ ଅନ୍ୟ କାର୍ଯ୍ୟକ୍ରମଗୁଡ଼ିକର ଫଟୋ ଓ ଭିଡିଓ ଉତ୍ତୋଳନର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri