ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ପରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ କଣ୍ଟିଲୋର ନୀଳମାଧବ ମନ୍ଦିର ଯାଇ ଠାକୁରଙ୍କୁ ଦର୍ଶନ କରିବେ। ଅପରାହ୍ନ ୩ଟା ୩୫ରେ ନୟାଗଡ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେଶନର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱର ଫେରି ରାତ୍ରିଯାପନ କରିବେ। ପରଦିନ ଅର୍ଥାତ ମଙ୍ଗଳବାର ୨୫ ତାରିଖ ସକାଳେ ବାୟୁସେନା ବିମାନରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନବନ୍ଦରଠାରୁ ଆରମ୍ଭ କରି ରାଜଭବନ ଓ ରାଷ୍ଟ୍ରପତିଙ୍କ ରୁଟ୍‌ ଲାଇନ୍‌ରେ ଶୃଙ୍ଖଳିତ ଯାତାୟାତ ଲାଗି ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମୟରେ ୩ଜଣ ଡିସିପି କିମ୍ବା ଏସିପି ର଼୍ୟାଙ୍କର ଅଫିସର, ୩ ଜଣ ଅତିରିକ୍ତ ଡିସିପି, ୧୪ ଡିଏସ୍‌ପି, ୨୮ଇନ୍ସପେକ୍ଟରଙ୍କ ସହ ୧୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ତେବେ ରାଷ୍ଟ୍ରପତିଙ୍କ ଏହି ଗସ୍ତ ପରିପ୍ରେକ୍ଷୀରେ ରବିବାର ବିମାନବନ୍ଦରରୁ ରାଜଭବନ ଓ ରୁଟ୍‌ ଲାଇନ୍‌ରେ କାର୍‌କେଡ୍‌ ରିହର୍ସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri