ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ୪ ତାରିଖ ସକାଳେ ରାଷ୍ଟ୍ରପତି ଭୁବନେଶ୍ୱର ରେଳ ଷ୍ଟେଶନରୁ ଟ୍ରେନରେ ବ୍ରହ୍ମପୁରରେ ପହଞ୍ଚିବା ପରେ ସଡ଼କପଥରେ ଗଞ୍ଜାମ ଜିଲାର ତପ୍ତପାଣି ଯାଇ ମା’ କନ୍ଧୁଣୀଦେବୀ ପୀଠରେ ଦର୍ଶନ, ଆଳତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ର ରହଣି ସହ ବ୍ରହ୍ମପୁର-ଗୋପାଳପୁରସ୍ଥିତ ଧବଳେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୫ ତାରିଖରେ ରାଷ୍ଟ୍ରପତି ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା ପରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।
ତେବେ ବ୍ଲ୍ୟୁ-ବୁକ୍‌ ଅନୁସାରେ ରାଷ୍ଟ୍ରପତିଙ୍କ ପାଇଁ ୩ରୁ ୫ ତାରିଖ ଯାଏ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ ପୋଲିସ ପକ୍ଷରୁ ରବିବାର ଅପରାହ୍ନରେ ବିମାନବନ୍ଦରରୁ ଲୋକଭବନ ଏବଂ ଷ୍ଟେଶନ ପର୍ଯ୍ୟନ୍ତ କାର୍‌କେଡ୍‌ ରିହର୍ସାଲ କରାଯାଇଥିଲା। ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାରେ ଏସ୍‌ପିଜି ଏବଂ ରାଜ୍ୟ ପୋଲିସ ରହିଥାନ୍ତି। ତେଣୁ ଏହି କାରକେଡ୍‌ରେ ଆମ୍ବୁଲାନ୍ସ, ଫାୟାର ଗାଡି, ମେଡିକାଲ ଟିମ୍‌, ଜାମର ଗାଡ଼ି ଆଦି ସାମିଲ ହୋଇଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ରୁଟ୍‌ରେ ନିର୍ଦ୍ଧାରିତ ସମୟରେ ସାଧାରଣ ଲୋକଙ୍କ ଚଳାଚଳ ବନ୍ଦ କରାଯିବାକୁ ମଧ୍ୟ କୁହାଯାଇଛି। ଏୟାରପୋର୍ଟରୁ ରେଳ ଷ୍ଟେଶନ ଏବଂ ରାଷ୍ଟ୍ରପତିଙ୍କ ଗସ୍ତ ରୁଟ୍‌ରେ ତ୍ରିସ୍ତରୀୟ ସୁରକ୍ଷା ହୋଇଥିବାବେଳେ ଦାୟିତ୍ୱରେ ପ୍ରାୟ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଡିସିପି ର଼୍ୟାଙ୍କ୍‌ର ଅଧିକାରୀଙ୍କ ସହ ଏସ୍‌ପି ଓ ଏସିପି ର଼୍ୟାଙ୍କ୍‌ର ଅଧିକାରୀମାନେ ରୁଟ ଓ ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ। ରାଷ୍ଟ୍ରପତିଙ୍କ କାରକେଡ୍‌ର ମୁଭ୍‌ମେଣ୍ଟ, ରୁଟ୍‌ କ୍ଲିୟରାନ୍ସ, ଟ୍ରାଫିକ ମ୍ୟାନେଜମେଣ୍ଟ ଓ ଆପାତକାଳୀନ ପରିସ୍ଥିତିରେ ପୋଲିସର ପ୍ରତିକ୍ରିୟା ସବୁ ଦିଗକୁ ନେଇ ରିହର୍ସାଲ କରାଯାଉଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାରେ ଯେପରି କୌଣସି ତ୍ରୁଟି ନରହେ, ସେଥିପାଇଁ ଫୁଲ ପ୍ରୁଫ ପ୍ରସ୍ତୁତି କରିଛି କମିଶନରେଟ ପୋଲିସ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?