ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୧୦ଟା ୫୦ ମିନିଟ୍‌ରେ ପହଞ୍ଚତ୍ବେ। ସେଠାରୁ ସିଧା ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହି ଗସ୍ତ ପାଇଁ ପୂର୍ବାହ୍ନ ୧୦ଟା ୩୦ରୁ ରାଷ୍ଟ୍ରପତିଙ୍କ ପ୍ରସ୍ଥାନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ପୁରୀରେ ପ୍ରାୟ ୪ଘଣ୍ଟା ଅତିବାହିତ କରିବାକୁ ଥିବାରୁ ଶ୍ରୀମନ୍ଦିର, ରାଜଭବନ, ତାଳବଣିଆ ହେଲିପ୍ୟାଡ୍‌ଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ସକାଳ ପ୍ରାୟ ୧୧ଟା ୪୦ରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ମଧ୍ୟାହ୍ନ ୧୨ଟାରେ ସିଂହଦ୍ୱାର ନିକଟରେ ପହଞ୍ଚତ୍ିବେ। ସେଠାରେ ଶ୍ରୀମନ୍ଦିର ପରିଚାଳନା କମିଟିର ମୁଖ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବ ତାଙ୍କୁ ସ୍ବାଗତ କରିବେ। ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ଠାକୁରଙ୍କୁ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସିଂହଦ୍ୱାର ନିକଟସ୍ଥ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ କରିବେ। ଏହାପରେ ରାଷ୍ଟ୍ରପତି ପୁରୀ ରାଜଭବନକୁ ଫେରି ମହାପ୍ରସାଦ ସେବନ କରିବେ। ଅପରାହ୍ନ ୩ଟାରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ୬ଟି ସ୍ଥାନରେ ମାଲ୍ୟାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। କଳ୍ପନା ଛକସ୍ଥିତ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି, ରାଜଭବନରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସ, ଗୋପବନ୍ଧୁ ଛକରେ ଉତ୍କଳମଣି ଗୋପବନ୍ଧୁ ଦାସ, ପାୱାର ହାଉସ ଛକସ୍ଥିତ ମହାରାଜ ଶ୍ରୀରାମ ଚନ୍ଦ୍ର ଭଞ୍ଜ, ନାଲକୋ ଛକରେ କବି ଗଙ୍ଗାଧର ମେହେର ଓ ଉତ୍କଳ ହସ୍ପିଟାଲ ନିକଟ ଶହୀଦ ଲକ୍ଷଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri