ଆଜିଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧୨(ସୂର୍ଯ୍ୟକାନ୍ତ ବେହେରା):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିବେ। ପରେ ରାଜଭବନରେ ରାତ୍ରି ଯାପନ କରିବେ। ବୁଧବାର ରାଷ୍ଟ୍ରପତି ପୁରୀ ଗସ୍ତ କରିବେ। ପୂର୍ବାହ୍ନ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଅପରାହ୍ନରେ ପୁରୀ ବେଳାଭୂମିରେ ଆୟୋଜିତ ନୌସେନା ଦିବସରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ସାମିଲ ହେବେ। ୫ ତାରିଖରେ ଭୁବନେଶ୍ୱରରେ ନୂତନ କୋର୍ଟ କୋଠା ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଯୋଗଦେବେ। ପରେ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ୬ ଓ ୭ ତାରିଖରେ ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି। ଭୁବନେଶ୍ୱରରେ ସମସ୍ତ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଗାଡ଼ିରେ ଯାତାୟାତ କରିବେ। ତେଣୁ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏହାସହ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ତେବେ ଏହା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ରାଷ୍ଟ୍ରପତିଙ୍କ ଭୁବନେଶ୍ୱରରେ ରହିଥିବା ସମସ୍ତ କାର୍ଯ୍ୟକ୍ରମସ୍ଥଳ ରସ୍ତାରେ କାରକେଡ୍‌ ରିହର୍ସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri