Posted inଜାତୀୟ

ସଂସଦରେ ବଡ ଘୋଷଣା କଲେ ରାଷ୍ଟ୍ରପତି, ଦେଶର ବରିଷ୍ଠ ନାଗରିକଙ୍କୁ ମିଳିବ ଲାଭ

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ଗୁରୁବାର ସମ୍ବୋଧିତ କରିଥିଲେ। ଏହି ସମୟରେ ରାଷ୍ଟ୍ରପତି ଏକ ବଡ଼ ଘୋଷଣା କରିଥିଲେ। ସେ ଆୟୁଷ୍ମାନ ଯୋଜନା ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ ଦେଶରେ ୭୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ନାଗରିକଙ୍କୁ ଆୟୁଷ୍ମାନ ଯୋଜନା ଅନୁଯାୟୀ ଚିକିତ୍ସା ଯୋଗାଇ ଦିଆଯିବ।

ରାଷ୍ଟ୍ରପତି କହିଛନ୍ତି, ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ ପାଇବେ। ଗତ ୧୦ବର୍ଷ ମଧ୍ୟରେ ସରକାର ଅନେକ ସଂସ୍କାର ମଧ୍ୟ କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ଏହାର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଥିଲା। ମନିଫେଷ୍ଟୋରେ କୁହାଯାଇଛି ଯେ ଆୟୁଷ୍ମାନ କାର୍ଡ ଅଧୀନରେ ଦେଶର ଲୋକମାନେ ୫ ଲକ୍ଷ ଟଙ୍କା ମୂଲ୍ୟର ଚିକିତ୍ସା ପାଇବେ। ଏହା ସହିତ, ୭୦ ବର୍ଷରୁ ଅଧିକ ବୟସ୍କ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri