ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ ସହ ପ୍ରଦର୍ଶନୀ ପଡ଼ିଆରେ ପଟ୍ଟଚିତ୍ର ଦେଖିଛନ୍ତି।
ଏହାପୂର୍ବରୁ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଶୁକ୍ରବାର ଭୁବନେଶ୍ୱରସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କରିଛନ୍ତି। ସା ୭ଟା ୩୦ରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ସେ ସେଠାରେ ସମୟ ଅତିବାହିତ କରିଥିଲେ। ଏହି ଅବସରରେ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। କଳାଭୂମିର ବିଭିନ୍ନ ଗ୍ୟାଲେରି ପରିଦର୍ଶନ କରି ରାଷ୍ଟ୍ରପତି ଶନ୍ମୁଗରତ୍ନମ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଦେଖିଥିଲେ। ଜଗନ୍ନାଥ ଗ୍ୟାଲେରିରେ ସେ ବେଶ୍‌ କିଛି ସମୟ ବିତାଇ ଓଡ଼ିଶାର ଆଧ୍ୟାତ୍ମିକ ଚେତନା ଓ ପରମ୍ପରାର ମଧ୍ୟ ପ୍ରଶଂସା କରିଥିଲେ। ଏହି ଅବସରରେ ରାଷ୍ଟ୍ରପତିଙ୍କ ପତ୍ନୀ ଏକ ଶାଢ଼ି କିଣି ୟୁପିଆଇ ମାଧ୍ୟମରେ ଟଙ୍କା ଦେଇଥିଲେ। ସୂଚନାଯୋଗ୍ୟ, ଏକ ସହଜ ଓ ସରଳ ଦେୟ ପ୍ରଦାନ ବ୍ୟବସ୍ଥା ଭାବେ ଭାରତର ଏହି ଡିଜିଟାଲ ପେମେଣ୍ଟ ସାରା ପୃଥିବୀରେ ପ୍ରସିଦ୍ଧି ଅର୍ଜନ କରିଛି। ଏହି ଅବସରରେ ରାଷ୍ଟ୍ରପତି ସେଠାରେ ରାତ୍ରିଭୋଜନ କରିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଏଥିରେ ରାଷ୍ଟ୍ରପତିଙ୍କୁ ପାରମ୍ପରିକ ଓଡ଼ିଆ ଖାଦ୍ୟ ପରସା ଯାଇଥିଲା। ରାଷ୍ଟ୍ରପତି ଶନ୍ମୁଗରତ୍ନମ ଓଡ଼ିଶାର ଖାଦ୍ୟ ଅତ୍ୟନ୍ତ ସ୍ବାଦିଷ୍ଟ ବୋଲି ସେ ମନ୍ତବ୍ୟ ଦେଇଥିଲେ। ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କ ଉଦ୍ଦେଶ୍ୟରେ ଓଡ଼ିଶୀ ନୃତ୍ୟ ସହିତ ଓଡ଼ିଶା ଓ ସିଙ୍ଗାପୁରର ଏକ ଫ୍ୟୁଜନ ନୃତ୍ୟ ପରିବେଷଣ କରାଯାଇଥିଲା। ରାଷ୍ଟ୍ରପତି ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ମଧ୍ୟ ଭୂୟସୀ ପ୍ରଶଂସା କରିଥିଲେ।
ଅନ୍ୟପକ୍ଷରେ ସିଙ୍ଗାପୁର ରାଷ୍ଟ୍ରପତି ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ବିଭିନ୍ନ କ୍ଷେତ୍ରରେ ୮ଟି ଏମଓୟୁ ସ୍ବାକ୍ଷରିତ ହୋଇଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?