ଆତଙ୍କବାଦୀ ଡ୍ରେସ୍‌ରେ ଆମେରିକା ରାଷ୍ଟ୍ରପତି

ନ୍ୟୁୟର୍କ,୧୭।୯: ଆଫଗାନିସ୍ତାନରୁ ଆମେରିକାର ଲଜ୍ଜାଜନକ ସୈନ୍ୟ ପ୍ରତ୍ୟାହାର ପରେ ରାଷ୍ଟ୍ରପତି ଜୋ ବାଇଡେନ ତୀବ୍ର ସମାଲୋଚନାର ଶିକାର ହୋଇଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଏକ ପୋଷ୍ଟର ବହୁତ ଚର୍ଚ୍ଚାର ବିଷୟ ହୋଇଛି । ଏହି ପୋଷ୍ଟରରେ ରାଷ୍ଟ୍ରପତିଙ୍କୁ ତାଲିବାନ ଆତଙ୍କବାଦୀଙ୍କ ଡ୍ରେସରେ ଦର୍ଶାଯାଇଛି। ସେ ଏକ ମୋଟାର୍ଡ ଧରିଛନ୍ତି। ପୋଷ୍ଟରରେ ‘ମେକିଂ ତାଲିବାନ ଗ୍ରେଟ ଏଗେନ୍‌’ ଲେଖା ଅଛି। ଉଲ୍ଲେଖନୀୟ କଥା ହେଉଛି, ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ବାଚନ ପ୍ରଚାର ସମୟରେ ‘ମେକିଂ ଆମେରିକା ଗ୍ରେଟ ଏଗେନ୍‌’ ସ୍ଲୋଗାନ ବହୁତ ଲୋକପ୍ରିୟ ହୋଇଥିଲା।
ମିଡିଆ ରିପୋର୍ଟ ଅନୁଯାୟୀ, ପେନସିଲଭାନିଆର ପୂର୍ବତନ ସିନେଟର ସ୍କଟ ୱାଗନର୍‌ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିରୋଧରେ ଏହି ପୋଷ୍ଟର ଲଗାଇଛନ୍ତି। ସେ ରାଜପଥରେ ପ୍ରାୟ ୧୫,୦୦୦ ଡଲାର ମୂଲ୍ୟରେ ଏଭଳି ପୋଷ୍ଟର ଲଗାଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି ଯେ, ଜୋ ବାଇଡେନଙ୍କ ଭୁଲ ନିଷ୍ପତ୍ତି ହେତୁ ଆମେରିକା ସମଗ୍ର ବିଶ୍ୱ ସାମ୍ନାରେ ଲଜ୍ଜିତ ହେବାକୁ ପଡିଛି। ଭିଏତନାମ ତୁଳନାରେ ଏହି ଲଜ୍ଜା ଅଧିକ ଖରାପ ଅଟେ। ସେ କହିଛନ୍ତି ଯେ ଆଫଗାନିସ୍ତାନରେ ଯୁଦ୍ଧ କରିଥିବା ଲୋକଙ୍କୁ ଆପଣ କେଉଁ ଉତ୍ତର ଦେବେ? ପୂର୍ବତନ ଏହି ସିନେଟର କହିଛନ୍ତି ଯେ ସେ ଟ୍ରମ୍ପଙ୍କ ସମର୍ଥକ ନୁହଁନ୍ତି। ଟ୍ରମ୍ପ ଯଦି ଏପରି ନିଷ୍ପତ୍ତି ନେଇଥାନ୍ତେ, ତେବେ ସେ ମଧ୍ୟ ସମାନ କାର୍ଯ୍ୟ କରିଥାନ୍ତେ। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ସ୍ଥଗିତ ରଖିବାକୁ ବାଇଡେନଙ୍କ ଉପରେ ଚାପ ପଡିଥିଲା, କିନ୍ତୁ ସେ କାହାରି କଥା ଶୁଣିଲେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri