ଗଞ୍ଜାମ ଜିଲାପରିଷଦ, ହିଞ୍ଜିଳି ବ୍ଲକକୁ ଶ୍ରେଷ୍ଠ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଛତ୍ରପୁର,୧୭।୪(ଡି.ଏନ୍‌.ଏ.): ଦେଶରେ ଶ୍ରେଷ୍ଠ ଜିଲାପରିଷଦ ଭାବେ ଗଞ୍ଜାମ ଜିଲାପରିଷଦ ଏବଂ ଶ୍ରେଷ୍ଠ ବ୍ଲକ ଭାବେ ହିଞ୍ଜିଳ ବ୍ଲକକୁ ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ସମ୍ମାନ ମିଳିଛି। ସୋମବାର ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଗଞ୍ଜାମ ଜିଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉର୍ନ୍ନୟନ ଅଧିକାରୀ ଭି. କୀର୍ତି ଭାସନ ଏହି ପୁରସ୍କାର ରାଷ୍ଟ୍ରପତିଙ୍କ ଠାରୁ ଗ୍ରହଣ କରିଛନ୍ତି।
ଏଥିସହ ସ୍ବାସ୍ଥ୍ୟ ପଞ୍ଚାୟତ ଭାବେ ହିଞ୍ଜିଳିିକାଟୁ ବ୍ଲକ କଞ୍ଚୁଡୁ ପଞ୍ଚାୟତ, ସଫା ଓ ସବୁଜମୟ ଗ୍ରାମ ଭାବେ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ ଗ୍ରାମ ପଞ୍ଚାୟତ, ପାତ୍ରପୁର ବ୍ଲକ ଆଙ୍କୁଲୀ ଗ୍ରାମ ପଞ୍ଚାୟତକୁ ମଧ୍ୟ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ଏହାସହ ୧୦ କୋଟି ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri