ଆଜି ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି

ପୁରୀ ଅଫିସ/କୋଣାର୍କ,୨୨।୩ (ଡି.ଏନ୍‌.ଏ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ପୁରୀ ଓ କୋଣାର୍କ ଗସ୍ତରେ ଆସିବେ। ଏଥି ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ତତ୍ତ୍ବାବଧାନରେ କାରକେଡ୍‌ ରିହର୍ସାଲ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୫ ଏସ୍‌ପି ପାହ୍ୟା ଅଫିସର, ୮ ଅତିରିକ୍ତ ଏସ୍‌ପି, ୨୫୦ ଅଧିକାରୀଙ୍କ ସମେତ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ବିଶ୍ରାମ ପାଇଁ ସର୍କିଟ ହାଉସରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେହିପରି ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରୁ ଉଠାଦୋକାନୀଙ୍କୁ ହଟାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ସୋମବାର ପୂର୍ବାହ୍ନ ୮ଟା ୪୫ରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିବେ। ସେଠାରୁ ଚକ୍ରତୀର୍ଥ ରୋଡ୍‌ ଦେଇ ଶ୍ରୀମନ୍ଦିର ଆସିବେ। ସିଂହଦ୍ୱାରଠାରେ ରାଷ୍ଟ୍ରପତିଙ୍କୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସ୍ବାଗତ ଜଣାଇବା ସହ ପାଛୋଟି ନେଇ ମହାପ୍ରଭୁଙ୍କ ଦର୍ଶନ କରାଇବେ। ଦାରୁଦିଅଁ, ମା’ ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ ସାରି ରାଷ୍ଟ୍ରପତି ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ବାହାରେ ଥିବା କାରକେଡ୍‌ ପୁଣି ତାଙ୍କୁ ନେଇ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିବ। ସେଠାରୁ ସେ ହେଲିକପ୍ଟର ଯୋଗେ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଯିବେ। ରାଷ୍ଟ୍ରପତିଙ୍କ ଲାଗି କୋଣାର୍କ ଆଇଓଏଫ୍‌ ବ୍ୟାଖ୍ୟାନ କେନ୍ଦ୍ର, ସୂର୍ଯ୍ୟମନ୍ଦିର ଓ ଯାତ୍ରୀନିବାସ ପ୍ରସ୍ତୁତ ହୋଇରହିଛି। ଯାତ୍ରୀନିବାସରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ହେଲିପ୍ୟାଡ୍‌ଠାରୁ ଆଇବି ଛକ, ରିଂ ରୋଡ୍‌, ମେଡିକାଲ ଛକ ଓ ଯାତ୍ରୀନିବାସ ପର୍ଯ୍ୟନ୍ତ ରାସ୍ତାକୁ ସିଲ୍‌ କରାଯିବା ସହ ଏହି ରାସ୍ତା ପାର୍ଶ୍ୱସ୍ଥ ଦୋକାନବଜାର ବନ୍ଦ ରହିବ। ରବିବାରଠାରୁ ଏଠାକାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ିି କରିଦିଆଯାଇଛି। ଏ ନେଇ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଜେଠୱା କହିଛନ୍ତି, ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ପୁରୀ ଓ କୋଣାର୍କରେ ପ୍ରସ୍ତୁତିକୁ ବ୍ୟବସ୍ଥିତ କରାଯାଇଛି। ପୁରୀ ସହର ଓ ଶ୍ରୀମନ୍ଦିର ଚାରିପାଖ ସମେତ କୋଣାର୍କରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି। ସେହିପରି ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ଜିଲା ପ୍ରଶାସନ ଉଭୟ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ସହିତ ସମ୍ପର୍କ ରଖି ବ୍ୟବସ୍ଥା ଉପରେ ଧ୍ୟାନ ଦେଇଛି। ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମ ଲାଗି ପୁରୀ ପ୍ରଶାସନ ପୂରା ପ୍ରସ୍ତୁତ ରହିଛି। ରାଷ୍ଟ୍ରପତି କୋବିନ୍ଦଙ୍କ କୌଳିକ ସେବାୟତ ନାରାୟଣ ଗୋଚ୍ଛିକାର ମଧ୍ୟ ଏହି ଗସ୍ତ ନେଇ ବେଶ୍‌ ଉତ୍ସାହିତ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?