୨୨ରେ ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି: ଦର୍ଶନ କରାଇବେ କୌଳିକ ସେବାୟତ

ପୁରୀ ଅଫିସ,୨୦।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ସର୍କିଟ ହାଉସକୁ ସଜ୍ଜିତ କରାଯାଉଥିବାବେଳେ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ରାଷ୍ଟ୍ରପତିଙ୍କୁ ନେଇ ମହାପ୍ରଭୁଙ୍କୁ ଦର୍ଶନ କରାଇବା ପ୍ରସଙ୍ଗରେ ଲାଗିରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଥିଲାଗି ଅନୁମତି ମିଳିଛି।
ପୁରୀ ଜିଲା ପ୍ରଶାସନର ସୂଚନା ଅନୁଯାୟୀ, ଆସନ୍ତା ୨୨ତାରିଖ ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ରାଷ୍ଟ୍ରପତି ପୁରୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ୯ଟା ୫ରେ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କ ଦର୍ଶନ କରିବେ। ସେଠାରେ ସେ ପୂର୍ବାହ୍ନ ୯ଟା ୪୫ ପର୍ଯ୍ୟନ୍ତ ରହିବେ। ଦର୍ଶନ ସହ ଶ୍ରୀମନ୍ଦିର ସଂକ୍ରାନ୍ତ ସମସ୍ତ କାର୍ଯ୍ୟ ଏହି ସମୟ ମଧ୍ୟରେ ଶେଷ ହେବ। ଏହାପରେ ପୂର୍ବାହ୍ନ ୧୦ଟା ୨୫ରେ କୋଣାର୍କ ହେଲିପ୍ୟାଡ୍‌ରେ ପହଞ୍ଚି ୧୦ଟା ୪୫ରେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବେ। କୋଣାର୍କ ଯାତ୍ରୀନିବାସ ଓଟିଡିସିରେ ମଧ୍ୟାହ୍ନଭୋଜନ ସାରି ଅନ୍ୟ କାର୍ଯ୍ୟକ୍ରମ ପାଇଁ ପୁରୀ ଜିଲା ଛାଡ଼ିବେ। ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଛି। ନୂଆ ରୂପରେ ସର୍କିଟ ହାଉସ ସଜେଇ ହେଉଛି। ୪ଟି ସ୍ବତନ୍ତ୍ର ରୁମ୍‌କୁ ରାଷ୍ଟ୍ରପତିଙ୍କ ବିଶ୍ରାମ ଉଦ୍ଦେଶ୍ୟରେ ସଜାଯାଉଛି। ରାଷ୍ଟ୍ରପତିଙ୍କ ସଂସ୍ପର୍ଶରେ ଆସିବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର କୋଭିଡ୍‌ ଟେଷ୍ଟ କରାଯାଇଛି। କେବଳ କୋଭିଡ୍‌ ନେଗେଟିଭ୍‌ ଥିବା ବ୍ୟକ୍ତିଙ୍କୁ କାର୍ଯ୍ୟକ୍ରମରେ ସାମିଲ ଲାଗି ଅନୁମତି ମିଳିଛି। ରାଷ୍ଟ୍ରପତି କୋବିନ୍ଦ ଦ୍ୱିତୀୟ ଥର ଶ୍ରୀମନ୍ଦିର ଆସୁଥିବାବେଳେ ପ୍ରଥମ ଥର ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଯିବେ। କୋଣାର୍କରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ଜିଲାପାଳ ସମର୍ଥ ବର୍ମା ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ରାଷ୍ଟ୍ରପତିଙ୍କୁ ନେଇ ମହାପ୍ରଭୁଙ୍କୁ ଦର୍ଶନ କରାଇବାକୁ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ରାଷ୍ଟ୍ରପତି ସିଂହଦ୍ୱାରରେ ପ୍ରବେଶ କରିବା ପରେ ସାତପାହାଚ, ଗରୁଡ଼ ସ୍ତମ୍ଭ, ଜୟବିଜୟ ଦ୍ୱାର ଓ ଭିତରକାଠ ହୋଇ ରତ୍ନବେଦିରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହାପରେ ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିବେ। ଉଲ୍ଲେଖଯୋଗ୍ୟ, ଗତ ଦୁଇଦିନ ଧରି ଏସ୍‌ପି କନୱର ବିଶାଲ ସିଂ ଶ୍ରୀମନ୍ଦିର ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବା ସହ ରାଷ୍ଟ୍ରପତିଙ୍କ ଆଗମନ ନେଇ ପ୍ରସ୍ତୁତିର ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri