ବିଶ୍ୱବୈଷ୍ଣବ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ଦୁଇଦିନିଆ ପୁରୀ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ରାଷ୍ଟ୍ରପତି ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚତ୍ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଜଭବନରେ ରାତ୍ରିଯାପନ କରିଥିଲେ। ତେବେ ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ ଅନୁଯାୟୀ ୨୦ତାରିଖରେ ଗୌଡ଼ୀୟ ମଠର ବିଶ୍ୱବୈଷ୍ଣବ ସମ୍ମିଳନୀ ଏବଂ ମିଶନର ସଂସ୍ଥାପକ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ବର୍ଷପୂର୍ତ୍ତି ଆବିର୍ଭାବ ଦିବସ ଉପଲକ୍ଷେ ଶରଧାବାଲିରେ ହେଉଥିବା ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର କାର୍ଯ୍ୟକ୍ରମକୁ ନେଇ ଶନିବାର ସୁରକ୍ଷା ବ୍ୟବସ୍ଥାର ଚୂଡ଼ାନ୍ତ ସମୀକ୍ଷା କରାଯାଇଥିଲା। ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା, ପୁରୀ ଏସ୍‌ପି କେ.ବିଶାଲ୍‌ ସିଂ, ଅତିରିକ୍ତ ଏସ୍‌ପି ମିହିର କୁମାର ପଣ୍ଡାଙ୍କ ସମେତ ପୋଲିସ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସହରରେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ଏବଂ ୨୦୦ରୁ ଅଧିକ ଅଫିସର ମୁତୟନ ରହିବେ। ଶନିବାର ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ସେହିପରି ୨୦ତାରିଖରେ ଗୌଡ଼ୀୟ ମିଶନ ପକ୍ଷରୁ ଆୟୋଜନ କରାଯାଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ୨୦ ତାରିଖ ସକାଳ ୧୦.୩୦ରେ ରାଜଭବନରୁ ବଡ଼ଦାଣ୍ଡସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଅଭିମୁଖେ କାରକେଡ୍‌ ଯୋଗେ ବ୍ଲୁ ବୁକ୍‌ ସିକ୍ୟୁରିଟି ଅନୁଯାୟୀ ଯିବେ। ୧୦.୩୫ରେ ମଠରେ ପହଞ୍ଚତ୍ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମିଶନର ସଂସ୍ଥାପକ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଦେବେ। ପରେ ୧୦.୫୦ରେ ବାହାରି ଶରଧାବାଲି ଯିବେ। ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶରଧାବାଲିରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପ୍ରତିଷ୍ଠାତା ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିଜ ଅଭିଭାଷଣ ପ୍ରଦାନ କରିବେ। ଏହାପରେ ରାଷ୍ଟ୍ରପତି ଶରଧାବାଲିରୁ ବାହାରି ତାଳବଣିଆସ୍ଥିତ ହେଲିପ୍ୟାଡ୍‌ ଯାଇ ପୁନର୍ବାର ୧୨.୧୫ରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ବ୍ଲୁବୁକ ସିକ୍ୟୁରିଟି ଅନୁଯାୟୀ ରାଷ୍ଟ୍ରପତିଙ୍କ ଗସ୍ତର ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କାର୍ଯ୍ୟକ୍ରମସ୍ଥଳକୁ ବୋମା ଅନୁସନ୍ଧାନ ଯନ୍ତ୍ର ସାହାଯ୍ୟରେ ଯାଞ୍ଚ କରାଯାଇଥିଲା। ଅପରପକ୍ଷେ ଗୌଡ଼ୀୟ ମଠ ଅନୁଷ୍ଠିତ ମହୋତ୍ସବର ସମାରୋହ ପାଇଁ ମଠ ପକ୍ଷରୁ ପ୍ରସ୍ତୁତି ସରିଛି । ରଙ୍ଗବେରଙ୍ଗ ଫୁଲ ସହ ବଡବଡ ହୋର୍ଡିଂରେ ମଠ ସୁସଜ୍ଜିତ ହୋଇଥିବା ବେଳେ ପୁରୀ ସହରକୁ ମଧ୍ୟ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସେହିପରି ଗୌଡ଼ୀୟ ମିଶନ ଏବଂ ଶ୍ରୀକ୍ଷେତ୍ର ସାରସ୍ବତ ବୈଷ୍ଣବ ସଂଘ ପକ୍ଷରୁ ୩ଦିନିଆ ବିଶ୍ୱ ବୈଷ୍ଣବ ସମ୍ମିଳନୀ ଶନିବାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମଠ ପକ୍ଷରେୁ ଶନିବାର ଏକ ଶୋଭାଯାତ୍ରା ସହ କୀର୍ତ୍ତନ କରାଯାଇଥିଲା। କୀର୍ତ୍ତନ ଶୋଭାଯାତ୍ରା ତୋଟା ଗୋପୀନାଥ ମଠ ନିକଟରୁ ବାହାରି ନଗର ପରିକ୍ରମା କରି ଶ୍ରୀଚୈତନ୍ୟ ମଠରେ ପହଞ୍ଚତ୍ଥିଲା। ସେହିପରି ଶରଧାବାଲିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri