ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ ବିରାଜିତ ମା ’ କନ୍ଧୁଣୀ ଦେବୀଙ୍କୁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଶନିବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌ , ଗଞ୍ଜାମ ଏସ୍‌ପି ହରିଶ ବି.ସି,ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର ଏବଂ ସାନଖେମୁଣ୍ଡି ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ବୃନ୍ଦ ତପ୍ତପାଣି ଗସ୍ତ କରି ସ୍ଥିତି ଅନୁଧ୍ୟାନ କରି ଫେରିଥିବା ଜଣାପଡ଼ିଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବ୍ରହ୍ମପୁର ରେଲଓ୍ବେ ଷ୍ଟେଶନରୁ ବାହାରି ୧ ଟାରେ ତପ୍ତପାଣିରେ ପହଞ୍ଚିବେ। ସେଠାରେ ଗନ୍ଧକଯୁକ୍ତ ଗରମପାଣିରେ ସ୍ନାନ କରିବା ପରେ ମା’ କନ୍ଧୁଣୀ ଦେବୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବା ପରେ ପର୍ଯ୍ୟଟନ ବିଭାଗ ପାନ୍ଥ ନିବାସରେ ମଧ୍ୟାହ୍ନ ଭୋଜନ କରିବେ। ସେଠାରୁ ସାଢ଼େ ୩ ଟାରେ ବାହାରି ଦିଗପହଣ୍ଡି ଭାୟା ବ୍ରହ୍ମପୁର ଦେଇ ଗୋପାଳପୁର ନିକଟ ଗୋଳାବନ୍ଧ ଆର୍ମି ଏଡି କଲେଜ ପରିସରରେ ସନ୍ଧ୍ୟା ସାଢ଼େ ୫ ଟାରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି। ପୋଲିସ ପ୍ରଶାସନର ସମସ୍ତ ପ୍ରସ୍ତୁତିକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବା ନିମନ୍ତେ ଦାୟିତ୍ୱରେ ଥିବା ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ ପରିଚାଳନା, ପରିମଳ ବ୍ୟବସ୍ଥା, ପାନୀୟଜଳ, ନିରନ୍ତର ବିଦ୍ୟୁତ ବ୍ୟବସ୍ଥା, ଅଗ୍ନିଶମ ସେବା, ଜରୁରୀକାଳିନ ସହାୟତା, ଯାତାୟାତ ପରିଚାଳନା,ରୁଟ୍‌ ଲାଇନିଂ, ବାରିକେଟ, ଯୋଗାଯୋଗ ବ୍ୟବସ୍ଥା ଓ ଅନ୍ୟାନ୍ୟ ଆନୁସଙ୍ଗିକ ପ୍ରସ୍ତୁତି ନେଇ ଜିଲାପାଳ ସମୀକ୍ଷା କରିଥିଲେ। ସମସ୍ତ ପ୍ରସ୍ତୁତିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ତ୍ରୁଟିମୁକ୍ତ ଭାବେ ସମ୍ପୂର୍ଣ୍ଣ କରିବାକୁ ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ।

ଆସନ୍ତା ୪ ତାରିଖ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରୁ ଅପରାହ୍ନ ୫ଟା ଯାଏ ଦିଗପହଣ୍ଡିଠାରୁ ତପ୍ତପାଣି ଏବଂ ଗଜପତି ଜିଲା ଲୁହାଗୁଡ଼ି ଛକରୁ ତପ୍ତପାଣି ରାସ୍ତାରେ କୌଣସି ପ୍ରକାରର ଯାନବାହାନ ଚଳାଚଳ ବନ୍ଦ ରହିବା ସହ ଉକ୍ତ ରାସ୍ତାକୁ ସଂଯୋଗ କରୁଥିବା ବିଭିନ୍ନ ଗ୍ରାମ୍ୟ ରାସ୍ତାରୁ ଏହି ରାସ୍ତାକୁ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ ରଖାଯିବ। ଏଥିସହ ସେହିଦିନ ଏହି ରାସ୍ତା ଦେଇ ଗଞ୍ଜାମ ଜିଲାରୁ ଗଜପତି-କନ୍ଧମାଳ ଏବଂ ଗଜପତି-କନ୍ଧମାଳରୁ ଗଞ୍ଜାମ ଯାଆସ କରୁଥିବା ଭାରଯାନଗୁଡ଼ିକୁ ଏହି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଚଳାଚଳ କରିବାକୁ ଅନୁମତି ଦିଆଯିବ ନାହିଁ। ଏହି କଟକଣା ଜରୁରୀକାଳିନ ସେବାରେ ନିୟୋଜିତ ଯାନବାହନ ପାଇଁ ଲାଗୁହେବ ନାହିଁ। ବ୍ୟବସ୍ଥା ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ଭାବେ ପୂଜା ପାଉଥିବା ମା’ କନ୍ଧୁଣୀ ଦେବୀଙ୍କ ଆସ୍ଥାନ ତଥା ପ୍ରକୃତିଦତ୍ତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ୧୨ କୋଟି ଟଙ୍କା ପ୍ରଦାନ କରିଛନ୍ତି।

ପୂର୍ବରୁ ରାଜ୍ୟ ସରକାର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ସହ ଦକ୍ଷିଣ ଓଡ଼ିଶାର ପ୍ରବେଶ ଦ୍ୱାର ତପ୍ତପାଣିଠାରୁ ଜିରାଙ୍ଗ ବୌଦ୍ଧ କ୍ଷେତ୍ର, ମହେନ୍ଦ୍ରଗିରି, ରାୟଗଡ଼ା, କୋରାପୁଟ ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଛନ୍ତି। ଗତ ୨୦୨୫ ନଭେମ୍ବର ୧୭ରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ୱିକ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ତପ୍ତପାଣି ଅଞ୍ଚଳର ପ୍ରାକୃତିକ ସବୁଜିମାର ସୁରକ୍ଷା ସହ ନେଚରଥେରାପି ବା ପ୍ରାକୃତିକ ରୋଗ ଉପଚାର ପାଇଁ ବ୍ୟାପକ ବେଲବଣ ସୃଷ୍ଟି କରାଯାଇ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?