୧୦ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ ଅଫିସ, ୫ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସେ ୧୦ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବାବେଳେ ଶ୍ରୀମନ୍ଦିର ଉପପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା, ଏସ୍‌ପି କନୱର ବିଶାଳ ସିଂଙ୍କ ସମେତ ଛତିଶା ନିଯୋଗ, ନୀତି ସବ୍‌କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗଦେଇଥିଲେ। ମୁଖ୍ୟ ପ୍ରଶାସକ ଯାଦବଙ୍କ ସୂଚନା ଅନୁଯାୟୀ, ରାଷ୍ଟ୍ରପତି ୧୦ ତାରିଖ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ମଧ୍ୟରେ ଶ୍ରୀମନ୍ଦିର ଯାଇ ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ ଦର୍ଶନର ଦେଢ଼ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ପ୍ରାୟ ୧୦ଟା ୩୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିରକୁ ଶୋଧ କରାଯିବ। କେବଳ ପାଳିଆ ସେବାୟତମାନେ ଶ୍ରୀମନ୍ଦିର ପରିସରରେ ଉପସ୍ଥିତ ରହିବେ। ସେହିପରି ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ରାଷ୍ଟ୍ରପତିଙ୍କ ଉକ୍ତ ଦିନର ମିନିଟ-ଟୁ-ମିନିଟ୍‌ କାର୍ଯ୍ୟସୂଚୀ ଆସିନାହିଁ। ତେଣୁ ସେ କେଉଁ ସ୍ଥାନରେ ମହାପ୍ରସାଦ ସେବନ କରିବେ ସେ ନେଇ ସୂଚନା ମିଳିନାହିଁ। ରାଷ୍ଟ୍ରପତି ଦର୍ଶନ ସାରି ଫେରିବା ପରେ ପୁଣିଥରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଯାଦବ କହିଛନ୍ତି। ସିଂହଦ୍ୱାର ନିକଟସ୍ଥ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ରାଷ୍ଟ୍ରପତି ମାଲ୍ୟାର୍ପଣ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri