୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ,୧୯ା୧୦(ଅଜିତ କୁମାର ମହାନ୍ତି):ଚଳିତ ମାସ ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯିବା ସହ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ଏନେଇ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ପୂର୍ବଦିନ ୨୩ ତାରିଖରେ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ ପାଇଁ ସ୍ଥିର ହୋଇଛି। ସେହିପରି ୨୪ ତାରିଖ ଭୋର ୩ଟାରୁ ଦ୍ୱାରଫିଟା ହୋଇ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ କରାଯିବ। ପୂର୍ବାହ୍ନ ୧୧ଟା ୪୫ ସୁଦ୍ଧା ବାଳଧୂପ ଶେଷ ହୋଇ ଭୋଗମଣ୍ଡପ ଉଠିବା ସହ ବେଶ ଶେଷ ପାଇଁ ଧାର୍ଯ୍ୟ ହୋଇଛି। ରାଷ୍ଟ୍ରପତି ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୧ଟା ୧୫ ମଧ୍ୟରେ ଶ୍ରୀବିଗ୍ରହଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତେଣୁ ୨୪ ତାରିଖ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ଶୋଧ କରାଯିବ। ସେହି ସମୟ ଅର୍ଥାତ୍‌ ପୂର୍ବାହ୍ନ ୧୧ଟାରୁ ଆଉ ଦର୍ଶନାର୍ଥୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ଅନୁମତି ଦିଆଯିବ ନାହିଁ। ରାଷ୍ଟ୍ରପତି ଶ୍ରୀବିଗ୍ରହଙ୍କ ଦର୍ଶନ ସାରି ପ୍ରତ୍ୟାବର୍ତ୍ତନ କରିବା ପରେ ଅବଶିଷ୍ଟ ଦୈନନ୍ଦିନ ନୀତିମାନ କରାଯିବା ସହ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ରାଷ୍ଟ୍ରପତି ଗର୍ଭଗୃହରେ ଦର୍ଶନ କରିବା ସମୟରେ ସମ୍ପୃକ୍ତ ପାଳିଆ ସେବକଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତି କିମ୍ବା ସେବକ ନ ରହିବାକୁ ଅନୁରୋଧ କରାଯାଇଛି। ଅନ୍ୟ ସେବକମାନେ ବେହରଣ ଦ୍ୱାର କିମ୍ବା ନିଯୋଗଠାରେ ରହି ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବେ। ସମସ୍ତଙ୍କୁ ପାସ୍‌ ପ୍ରଦାନ କରାଯିବ। ଏନେଇ ଜିଲାପାଳ ଏବଂ ଏସ୍‌ପିଙ୍କୁ ଦାୟିତ୍ୱ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଦର୍ଶନ ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେବକମାନେ ଧାର୍ଯ୍ୟ ନୀତିକାନ୍ତି ଅନୁସାରେ ନୀତି ସମାପନ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷାବଳୟଠାରୁ ଦୂରତା ରକ୍ଷା ସହ ଶୃଙ୍ଖଳା ରଖିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଅନୁରୋଧ କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବିସ୍ତୃତ ବ୍ୟବସ୍ଥାବଳୀକୁ ଛତିଶା ନିଯୋଗ ଅନୁମୋଦନ ପ୍ରଦାନ କରିଥିବାବେଳେ ଏହାକୁ ଠିକଣା ଭାବେ ଅନୁପାଳନ ସହ ସମସ୍ତେ ସହଯୋଗ କରିବାକୁ କୁହାଯାଇଛି। ମୁଖ୍ୟ ପ୍ରଶାସକ ପାଢ଼ୀ କହିଛନ୍ତି, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଆସିଛି। ୨୪ ତାରିଖରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତେଣୁ ଛତିଶା ନିଯୋଗର ସ୍ବତନ୍ତ୍ର ବୈଠକ କରାଯାଇଥିଲା। ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ଏ ନେଇ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ଏଥିସହ ପରିମଳ, ବିଦ୍ୟୁତ୍‌ ଓ ଅନ୍ୟାନ୍ୟ ଦିଗ ଉପରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri