୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ,୧୯ା୧୦(ଅଜିତ କୁମାର ମହାନ୍ତି):ଚଳିତ ମାସ ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯିବା ସହ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ଏନେଇ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଅନୁମୋଦନ କରାଯାଇଛି। ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ପୂର୍ବଦିନ ୨୩ ତାରିଖରେ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ ପାଇଁ ସ୍ଥିର ହୋଇଛି। ସେହିପରି ୨୪ ତାରିଖ ଭୋର ୩ଟାରୁ ଦ୍ୱାରଫିଟା ହୋଇ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ କରାଯିବ। ପୂର୍ବାହ୍ନ ୧୧ଟା ୪୫ ସୁଦ୍ଧା ବାଳଧୂପ ଶେଷ ହୋଇ ଭୋଗମଣ୍ଡପ ଉଠିବା ସହ ବେଶ ଶେଷ ପାଇଁ ଧାର୍ଯ୍ୟ ହୋଇଛି। ରାଷ୍ଟ୍ରପତି ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୧ଟା ୧୫ ମଧ୍ୟରେ ଶ୍ରୀବିଗ୍ରହଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତେଣୁ ୨୪ ତାରିଖ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ଶୋଧ କରାଯିବ। ସେହି ସମୟ ଅର୍ଥାତ୍‌ ପୂର୍ବାହ୍ନ ୧୧ଟାରୁ ଆଉ ଦର୍ଶନାର୍ଥୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ଅନୁମତି ଦିଆଯିବ ନାହିଁ। ରାଷ୍ଟ୍ରପତି ଶ୍ରୀବିଗ୍ରହଙ୍କ ଦର୍ଶନ ସାରି ପ୍ରତ୍ୟାବର୍ତ୍ତନ କରିବା ପରେ ଅବଶିଷ୍ଟ ଦୈନନ୍ଦିନ ନୀତିମାନ କରାଯିବା ସହ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ରାଷ୍ଟ୍ରପତି ଗର୍ଭଗୃହରେ ଦର୍ଶନ କରିବା ସମୟରେ ସମ୍ପୃକ୍ତ ପାଳିଆ ସେବକଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତି କିମ୍ବା ସେବକ ନ ରହିବାକୁ ଅନୁରୋଧ କରାଯାଇଛି। ଅନ୍ୟ ସେବକମାନେ ବେହରଣ ଦ୍ୱାର କିମ୍ବା ନିଯୋଗଠାରେ ରହି ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବେ। ସମସ୍ତଙ୍କୁ ପାସ୍‌ ପ୍ରଦାନ କରାଯିବ। ଏନେଇ ଜିଲାପାଳ ଏବଂ ଏସ୍‌ପିଙ୍କୁ ଦାୟିତ୍ୱ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଦର୍ଶନ ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେବକମାନେ ଧାର୍ଯ୍ୟ ନୀତିକାନ୍ତି ଅନୁସାରେ ନୀତି ସମାପନ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷାବଳୟଠାରୁ ଦୂରତା ରକ୍ଷା ସହ ଶୃଙ୍ଖଳା ରଖିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଅନୁରୋଧ କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବିସ୍ତୃତ ବ୍ୟବସ୍ଥାବଳୀକୁ ଛତିଶା ନିଯୋଗ ଅନୁମୋଦନ ପ୍ରଦାନ କରିଥିବାବେଳେ ଏହାକୁ ଠିକଣା ଭାବେ ଅନୁପାଳନ ସହ ସମସ୍ତେ ସହଯୋଗ କରିବାକୁ କୁହାଯାଇଛି। ମୁଖ୍ୟ ପ୍ରଶାସକ ପାଢ଼ୀ କହିଛନ୍ତି, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଆସିଛି। ୨୪ ତାରିଖରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତେଣୁ ଛତିଶା ନିଯୋଗର ସ୍ବତନ୍ତ୍ର ବୈଠକ କରାଯାଇଥିଲା। ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ଏ ନେଇ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ଏଥିସହ ପରିମଳ, ବିଦ୍ୟୁତ୍‌ ଓ ଅନ୍ୟାନ୍ୟ ଦିଗ ଉପରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?