ପୁଣି ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ

ନୂଆଦିଲ୍ଲୀ,୧୭।୧:  ବିମାନ ଇନ୍ଧନ ବା ଏଟିଏଫ୍‌ ମୂଲ୍ୟ ରବିବାର ୪.୨% ବୃଦ୍ଧି ପାଇଛି। ଚଳିତ ମାସରେ ଏହା ୨ୟ ଥର ପାଇଁ ବୃଦ୍ଧି ଘଟିଥିବା ସୂଚନା ମିଳିଛି। ଏହି ବୃଦ୍ଧି ଅନ୍ତର୍ଜାତୀୟ ତୈଳ ଦର ବୃଦ୍ଧି ଯୋଗୁ ହୋଇଥିବା ଜଣାପଡ଼ିଛି। ଅପରପକ୍ଷରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କ୍ରମାଗତ ୭୨ ଦିନ ହେବ ଅପରିବର୍ତ୍ତିତ ରହିଛି। ରାଷ୍ଟ୍ରାୟତ୍ତ ଇନ୍ଧନ ଖୁଚୁରା ବ୍ୟବସାୟୀଙ୍କ ମୂଲ୍ୟ ବିଜ୍ଞପ୍ତି ଅନୁଯାୟୀ ୧୬ ଜାନୁୟାରୀରେ ଏଭିଏଶନ ଟର୍ବାଇନ ଇନ୍ଧନ (ଏଟିଏଫ୍‌)ର ମୂଲ୍ୟ ୩,୨୩୨.୮୭ ଟଙ୍କା ପ୍ରତି କିଲୋଲିଟର ପିଛା ବା ୪.୨୫% ବୃଦ୍ଧି ପାଇଛି। ଏହା ଫଳରେ ଦିଲ୍ଲୀରେ ଏଟିଏଫ୍‌ ମୂଲ୍ୟ ୭୯,୨୯୪.୯୧ ଟଙ୍କା ପ୍ରତି କିଲୋଲିଟର ପିଛା ରହିଛି। ଜାନୁୟାରୀ ୧ରେ ୨,୦୩୯.୬୩ ଟଙ୍କା ବା ୨.୭୫% ବୃଦ୍ଧି ପାଇ ୭୬,୦୬୨.୦୪ ଟଙ୍କାରେ ରହିଥିଲା। ନଭେମ୍ବର ମଧ୍ୟଭାଗରେ ଏଟିଏଫ୍‌ ମୂଲ୍ୟ ୮୦, ୮୩୫.୦୪ ଟଙ୍କା ପ୍ରତି କିଲୋଲିଟରରେ ରହିଥିଲା। ଡିସେମ୍ବର ୧ ଏବଂ ୧୫ରେ ଏହି ମୂଲ୍ୟରେ ୬,୮୧୨.୨୫ ଟଙ୍କା (୮.୪%) ହ୍ରାସ ପାଇଥିଲା। ଆମଦାନୀ ଆଧାରରେ ଜେଟ୍‌ ଇନ୍ଧନ ମୂଲ୍ୟ ପ୍ରତି ମାସର ୧ ଏବଂ ୧୬ ତାରିଖରେ ସଂଶୋଧିତ ହୋଇଥାଏ। ଏଟିଏଫ୍‌ ପରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ମଧ୍ୟ ପ୍ରତିଦିନ ସଂଶୋଧିତ ହୁଏ କିନ୍ତୁ ୨୦୨୧ ନଭେମ୍ବର ୪ ପରଠାରୁ ଏହାର ମୂଲ୍ୟ ଅପରିବର୍ତ୍ତିତ ରହିଛି। ସେତେବେଳେ କେନ୍ଦ୍ର ସରକାର ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଉପରେ ୧୦ ଟଙ୍କା ହ୍ରାସ କରିଥିଲେ। ଦିଲ୍ଲୀରେ ପେଟ୍ରୋଲର ଲିଟର ୯୫.୪୧ ଟଙ୍କା ଏବଂ ଡିଜେଲର ମୂଲ୍ୟ ୮୬.୬୭ ଟଙ୍କା ରହିଛି ବୋଲି ରାଜ୍ୟ ଇନ୍ଧନ ଖୁଚୁରା ବ୍ୟବସାୟୀଙ୍କ ସୂଚନାରୁ ଜଣାପଡିଛି। କେନ୍ଦ୍ରର ଉତ୍ପାଦ ଶୁଳ୍କ ହ୍ରାସ ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ସାରା ଦେଶରେ ରେକର୍ଡ ସ୍ତରରେ ରହିଥିଲା। ଏପରି କି ଅଧିକାଂଶ ସହରରେ ପେଟ୍ରୋଲ ଲିଟର ପିଛା ୧୦୦ ଟପି ଯାଇଥ୍‌ତ୍ବା ବେଳେ ଡିଜେଲ ଦର ମଧ୍ୟ ୧୦୦ ଟଙ୍କା ଅତିକ୍ରମ କରିଥିଲା। ଦିଲ୍ଲୀରେ ପେଟ୍ରୋଲ ଲିଟର ୧୧୦.୦୪ ଏବଂ ଡିଜେଲ ୯୮.୪୨ ଟଙ୍କାରେ କାରବାର ହୋଇଛି। ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧.୮୦ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୧.୬୨ ଟଙ୍କା ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri