Posted inଜାତୀୟ

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଆହୁରି ବୃଦ୍ଧି ପାଇଥିବାରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରୁଥିବା ଏଫ୍‌ଏମସିଜି କମ୍ପାନୀଗୁଡ଼ିକ ସେମାନଙ୍କ ଉତ୍ପାଦ ମୂଲ୍ୟ ଆହୁରି ବୃଦ୍ଧି କରିବାକୁ ଯାଉଛନ୍ତି। ଏହାଦ୍ୱାରା ଖୁବଶୀଘ୍ର ବିଭିନ୍ନ ସାମଗ୍ରୀ ମୂଲ୍ୟ ଆହୁରି ମହଙ୍ଗା ହେବ ବୋଲି ନିଶ୍ଚିତ ହୋଇଛି। କମୋଡିଟି ବିଶେଷଜ୍ଞମାନଙ୍କଠାରୁ ମିଳିଥିବା ସୂଚନା ଅନୁସାରେ ସାବୁନ ଓ ସର୍ଫ ଠାରୁ ଆରମ୍ଭ କରି ଟୁଥ୍‌ ପେଷ୍ଟ ଏବଂ ଖାଇବା ତେଲ ପର୍ଯ୍ୟନ୍ତ ବିଭିନ୍ନ ସାମଗ୍ରୀର ମୂଲ୍ୟ ପ୍ରାୟ ୪ ରୁ ୧୧% ପର୍ଯ୍ୟନ୍ତ ବୃଦ୍ଧି ପାଇବ। ତୈଳ ମୂଲ୍ୟବୃଦ୍ଧି ସହିତ ପରିବହନ ଖର୍ଚ୍ଚ ଏବଂ କଞ୍ଚାମାଲ ମହଙ୍ଗା ହେବା କାରଣରୁ ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର, କୋଲଗେଟ-ପାମୋଲିଭ,ଇମାମୀ, ଡାବର, ସଫୋଲା,ମାରିକୋ ଭଳି ଅନେକ ଏଫଏମସିଜି କମ୍ପାନୀ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ମୂଲ୍ୟ ବୃଦ୍ଧି କରିବାକୁ ଯାଉଛନ୍ତି ବୋଲି କୁହାଯାଇଛି। ବିତରକ ଚ୍ୟାନେଲ ମାଧ୍ୟମରେ ନୂତନ ଷ୍ଟକ ବଜାରକୁ ଆସିବା ପରେ ଗ୍ରାହକମାନେ ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଜୁଲାଇ ମାସରେ ଏହି ସଂଶୋଧିତ ମୂଲ୍ୟରେ ହିଁ ଜିନିଷ କିଣିବେ। ମୋତିଲାଲ ଓସ୍‌ୱାଲର ଜଣେ ବିଶ୍ଳେଷକ କହିଛନ୍ତି, ଅଶୋଧିତ ତୈଳ ସହ ଜଡ଼ିତ କଞ୍ଚାମାଲ ଏବଂ କିଛି ର୍ନିଦ୍ଦିଷ୍ଟ କୃଷି ସାମଗ୍ରୀର ମୂଲ୍ୟ ବୃଦ୍ଧି ଯୋଗୁଁ ଉତ୍ପାଦନ ଖର୍ଚ୍ଚ ବଢ଼ିଛି। ଯାହା ଅଧିକାଂଶ କମ୍ପାନୀକୁ ସୀମିତ ଭାବେ ମୂଲ୍ୟ ବୃଦ୍ଧି କରିବାକୁ ବାଧ୍ୟ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri