Posted inଜାତୀୟ

ଦଶହରା ପୂର୍ବରୁ ଗ୍ରାହକଙ୍କୁ ଝଟ୍‌କା, ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧।୧୦: ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ, ମଙ୍ଗଳବାରଠାରୁ ଅନେକ ଜିନିଷର ମୂଲ୍ୟ ମଧ୍ୟ ବଦଳିଗଲା। ପର୍ବ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଅର୍ଥାତ୍‌ ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍‌ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସ୍ଥିର ରହିଛି। ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ନୂତନ ମୂଲ୍ୟ ମଙ୍ଗଳବାରଠାରୁ ଆରମ୍ଭ ।

ବାଣିଜି୍ୟକ ବା କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କା ହୋଇଛି। ଏଠାରେ ବାଣିଜି୍ୟକ ସିଲିଣ୍ଡରର ମୂଲ୍ୟ ୪୮.୫୦ ଟଙ୍କା ବୃଦ୍ଧି ପାଇଛି । ଏହାପୂର୍ବରୁ ଏଠାରେ ୧୯ କିଲୋଗ୍ରାମ ସିଲିଣ୍ଡର ୧୬୯୧.୫୦ ଟଙ୍କାରେ ଉପଲବ୍ଧ ଥିଲା।
କୋଲକାତାରେ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ୧୮୫୦.୫୦ ଟଙ୍କା ହୋଇଛି। ଏଠାରେ ଏହି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୪୮ ଟଙ୍କା ବୃଦ୍ଧି ପାଇଛି। ଏହାପୂର୍ବରୁ କୋଲକାତାରେ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୮୦୨.୫୦ ଟଙ୍କା ଥିଲା।
ଅନ୍ୟପକ୍ଷରେ ମାୟାନାଗରୀ ମୁମ୍ବାଇରେ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୬୯୨ ଟଙ୍କାକୁ ବୃଦ୍ଧି ପାଇଛି। ଯାହା ପୂର୍ବରୁ ୧୬୪୪ଟଙ୍କା ଥିଲା । ଏହାର ଅର୍ଥ ଏଠାରେ ମଧ୍ୟ ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୪୮ ଟଙ୍କା ବୃଦ୍ଧି ପାଇଛି।
ଚେନ୍ନାଇରେ ୧୯କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୯୦୩ ଟଙ୍କାକୁ ବୃଦ୍ଧି ପାଇଛି। ଯାହା ପୂର୍ବରୁ ୧୮୫୫ ଟଙ୍କା ଥିଲା। ଅର୍ଥାତ୍‌ ଚେନ୍ନାଇରେ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୪୮ ଟଙ୍କା ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?