୭ ବର୍ଷରେ ଏଲ୍‌ପିଜି ଦର ୨ ଗୁଣା

ନୂଆଦିଲ୍ଲୀ,୯।୩
ଗତ ୭ ବର୍ଷରେ ରନ୍ଧନ ଗ୍ୟାସ ବା ଏଲ୍‌ପିଜି ଦର ୨ ଗୁଣ ବୃଦ୍ଧି ପାଇଛି। ସେହିଭଳି ପେଟ୍ରୋଲ ଏବଂ ଡିଜେଲରୁ ଟିକସ ସଂଗ୍ରହ ୪୫୯% ବଢିଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଲୋକସଭାକୁ ଏକ ଲିଖିତ ଉତ୍ତରରେ ସେ କହିଛନ୍ତି, ୨୦୧୪ ମାର୍ଚ୍ଚ ପହିଲାରେ ୧୪.୨ କେଜି ଗ୍ୟାସ୍‌ ସିଲିଣ୍ଡରର ଦର ୪୧୦.୫ ଟଙ୍କା ଥିଲା। ଚଳିତ ମାସରେ ସମାନ ସିଲିଣ୍ଡରର ମୂଲ୍ୟ ୮୧୯ ଟଙ୍କା ରହିଛି। ରନ୍ଧନ ଗ୍ୟାସ ଏବଂ ପିଡିଏସ୍‌ କିରୋସିନ ଉପରେ ସବସିଡି ହଟାଇବା ଲାଗି କିଛି ମାତ୍ରାରେ ମୂଲ୍ୟ ବୃଦ୍ଧି କରାଯାଉଛି। ସେ ପୁଣି କହିଛନ୍ତି, ଗତ କିଛି ମାସ ଧରି ଏଲ୍‌ପିଜି ଦର ବଢିଛି। ୨୦୨୦ ଡିସେମ୍ବରରେ ସିଲିଣ୍ଡର ପିଛା ଏହା ୫୯୪ ଟଙ୍କା ରହିଥିଲା। ବର୍ତ୍ତମାନ ଦର ୮୧୯ ଟଙ୍କା ରହିଛି।
ସେହିଭଳି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଉପଲବ୍ଧ ହେଉଥିବା କିରୋସିନ ମାର୍ଚ୍ଚ ୨୦୧୪ରେ ୧୪.୯୬ ଟଙ୍କାରେ ବିକ୍ରି ହେଉଥିଲା। ଏହା ଚଳିତ ମାସ ସୁଦ୍ଧା ୩୫.୩୫ ଟଙ୍କା ଛୁଇଁଛି। ସୂଚନାଯୋଗ୍ୟ, ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ସର୍ବକାଳୀନ ରେକର୍ଡ ସ୍ତରରେ ରହିଛି। କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ଲାଗୁ ହେଉଥିବା ବର୍ଦ୍ଧିତ ଉତ୍ପାଦ ଟିକସ ଏବଂ ଭାଟ ଯୋଗୁ ଇନ୍ଧନ ଦର ଆକାଶ ଛୁଆଁ ହୋଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ମୂଲ୍ୟ, ଏକ୍ସଚେଞ୍ଜ ରେଟ, ଟିକସ, ପରିବହନ ଭଡା ଏବଂ ଅନ୍ୟ ଆନୁଷଙ୍ଗିକ ଖର୍ଚ୍ଚକୁ ବିଚାରକୁ ନେଇ ତେଲ କମ୍ପାନୀ ଦର ନିର୍ଦ୍ଧାରଣ କରୁଥିବା ପ୍ରଧାନ ମତ ପ୍ରକାଶ କରିଛନ୍ତି। ସେହିଭଳି ତେଲ ଟିକସ କଥା ବିଚାରକୁ ନେଲେ ୨୦୧୩ରେ ଏହି ବାବଦ ଟିକସ ୫୨,୫୩୭ କୋଟି ଟଙ୍କା ରହିଥିଲା। ୨୦୧୯-୨୦ରେ ପେଟ୍ରୋଲ ଏବଂ ଡିଜେଲ ଉପରୁ ସରକାର ୨.୧୩ ଲକ୍ଷ କୋଟି ଟଙ୍କାର ଟିକସ ଆଦାୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri