ଲକ୍ଷ୍ୟଠାରୁ ଦୂରେଇ ଯାଉଛି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

କୁନ୍ଦୁରା,୧୩।୨( ଡି.ଏନ. ଏ.)- କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗୋଟିଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୩ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ବ୍ଲକରେ ନିଯୁକ୍ତ ସମସ୍ତ ଡାକ୍ତର ବର୍ତ୍ତମାନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ବେଳେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ଖାଲି ପଡିଛି। ଫଳରେ ବେସରକାରୀ ଭାବେ କ୍ୱାକ୍‌ ଦ୍ୱାରା ଏଠାରେ ରୋଗୀ ସେବା ଚାଲିଛି। କୁନ୍ଦୁରା ବ୍ଲକ ଅଧୀନରେ ଦିଗାପୁର, ଆସନା ଏବଂ ବାଗଦେରିରେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଥିବା ବେଳେ କୁନ୍ଦୁରା ବ୍ଲକ ସଦରରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ବ୍ଲକ ସଦରରୁ ୨୦ କିମି ଦୂରରେ ଦିଗାପୁର,୧୦ କିମି ଦୂରରେ ବାଗଦେରି ଏବଂ ୧୦ କିମି ଦୂରରେ ଆସନା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଏହିସବୁ ଅଞ୍ଚଳରେ ରହୁଥିବା ଲୋକେ ସଦର ମହକୁମା କୁନ୍ଦୁୁରା ନ ଆସି ନିଜ ଅଞ୍ଚଳରେ ଚିକିତ୍ସା ସୁବିଧା ପାରିବା ଲକ୍ଷ୍ୟରେ ପ୍ରତିଷ୍ଠା ହୋଇଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ଏବେ ନିଜ ଲକ୍ଷ୍ୟଠାରୁ ଦୂରେଇ ଯାଇଥିବା ଅଭିଯୋଗ ହେଉଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ନିଯୁକ୍ତ ଡାକ୍ତର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। ଫଳରେ ଲୋକେ ବାଧ୍ୟ ହୋଇ କ୍ୱାକଙ୍କ୍‌ ନିକଟରେ ଚିକିତ୍ସିତ ହେବାକୁ ବାଧ୍ୟ ହେଉଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏଥିପ୍ରତି ଦୃଷ୍ଟି ନ ଦେବାରୁ ଦୀର୍ଘଦିନ ଧରି ବ୍ଲକରେ ଏପରି ଚାଲିଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରେ ଡାକ୍ତର ରହୁ ନ ଥିବା ସୁଯୋଗ ନେଇ ଅଞ୍ଚଳରେ କ୍ୱାକ୍‌ମାନଙ୍କ ପାଦୁର୍ଭାବ ବଢିବାରେ ଲାଗିଛି। ଏଠାରେ ଥିବା ଭେଷଜ ନିରୀକ୍ଷକ ଜୟପୁର ଉପଖଣ୍ଡ ଲାଗି କାର୍ଯ୍ୟ କରୁଥିବା ବେଳେ କୁନ୍ଦୁରା ବ୍ଲକ ପ୍ରତି ତାଙ୍କର ନଜର ନାହିଁ। ତାଙ୍କ ସହ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା...

ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା

ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ...

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri