ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୧୪ା୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲେ ହେଁ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ ୨୭ ସୁଦ୍ଧା ଦାବି ପୂରଣ ନ ହେଲେ ପୁନର୍ବାର ଆନ୍ଦୋଳନ କରାଯିବ ବୋଲି ସଂଘ କହିଛି।

୩ ଦଫା ଦାବି ନେଇ ସଂଘ ଏହି ଆନ୍ଦୋଳନକୁ ଓହ୍ଲାଇବ। ଠିକା କର୍ମଚାରୀଙ୍କୁ ୬ ବର୍ଷର ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା, ସମାନ କାମକୁ ସମାନ ଦରମା, ଏଥିସହ ନୂତନ ପେନ୍‌ସନ୍‌ ବ୍ୟବସ୍ଥା ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ଲାଗୁ କରାଯିବାକୁ ପ୍ରାଥମିକ ଶିକ୍ଷକ ସଂଘ ଦାବି କରିଛି।