ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର, ୨୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ନିକଟରେ ସମସ୍ତ ବିଭାଗରେ ଠିକା ନିଯୁକ୍ତି ଉଚ୍ଛେଦ କରିଛନ୍ତି। ଏପରିକି ଠିକା କର୍ମଚାରୀଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ପ୍ରାଥମିକ ଶିକ୍ଷକଙ୍କ କ୍ଷେତ୍ରରେ ଠିକା ନିଯୁକ୍ତି ଉଚ୍ଛେଦ କରାଯାଇ ନାହିଁ, ଯାହାକୁ ନେଇ ପ୍ରାଥମିକ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ସରକାର କାର୍ଯ୍ୟକାରୀ ନ କଲେ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଗୁରୁବାର ଲୋହିଆ ଏକାଡ଼େମୀଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଚେତାବନୀ ଦିଆଯାଇଛି।
ସଂଘ ସଭାପତି ବ୍ରହ୍ମାନନ୍ଦ ମହାରଣା କହିଛନ୍ତି, ରାଜ୍ୟରେ ଆର୍ଥିକ ସଙ୍କଟ ଦେଖା ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସର୍ବପ୍ରଥମେ ୧୫ଶହ ଟଙ୍କାରେ ସ୍ବେଚ୍ଛାସେବୀ ଶିକ୍ଷା ସହାୟକ ନାମରେ ଉଚ୍ଚଶିକ୍ଷିତ ଯୁବକଯୁବତୀଙ୍କୁ ନିୟୋଜିତ କରିଥିଲେ। ପର୍ଯ୍ୟାୟକ୍ରମେ ଏଯାବତ୍‌ ସେମାନେ କନିଷ୍ଠ ଶିକ୍ଷକ ନାମରେ ଚୁକ୍ତିଭିତ୍ତିରେ ଶିକ୍ଷାଦାନ କରୁଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୬ ବର୍ଷ ନିରବଚ୍ଛିନ୍ନ କାର୍ଯ୍ୟ କରିଥିବା ଶିକ୍ଷା ସହାୟକ ବା କନିଷ୍ଠ ଶିକ୍ଷକଙ୍କୁ ସରକାରୀ ପ୍ରାଥମିକ ଶିକ୍ଷକ କରାଯାଇଛି। ୨୦୧୩ରୁ ରାଜ୍ୟ ସରକାର ଅନ୍ୟ ବିଭାଗରେ ଚୁକ୍ତିଭିତ୍ତିକ କର୍ମଚାରୀ ନିୟୋଜିତ କରି ସେମାନଙ୍କୁ ଇନିସିଆଲ ଆପଏଣ୍ଟିଜ୍‌ ନାମରେ ନାମିତ କଲେ। ବର୍ତ୍ତମାନ ରାଜ୍ୟ ସରକାର ଆପଏଣ୍ଟିଜ୍‌ଙ୍କ ଠିକା ନିଯୁକ୍ତିକୁ ଓଡ଼ିଶାରୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ସହିତ ସେମାନଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ବାରମ୍ବାର ଦାବି ସତ୍ତ୍ୱେ ସରକାର ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ଅଣଦେଖା କରି ଚାଲିଛନ୍ତି। ତୁରନ୍ତ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଠିକା ନିଯୁକ୍ତି ଉଚ୍ଛେଦ କରି ସେମାନଙ୍କ ୬ ବର୍ଷର କାର୍ଯ୍ୟକାଳକୁ ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସଂଘ ତରଫରୁ ଅନୁରୋଧ କରାଯାଇଛି। ନଚେତ୍‌ ରାଜ୍ୟରେ କାର୍ଯ୍ୟରତ ୭୦ ହଜାରରୁ ଊର୍ଦ୍ଧ୍ୱ ପ୍ରାଥମିକ ଶିକ୍ଷକ ଓ ସମସ୍ତ ଶିକ୍ଷକ ସଂଗଠନ ବ୍ଲକଠାରୁ ରାଜଧାନୀ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇବେ। ଶିକ୍ଷା କ୍ଷେତ୍ରରେ ଉପୁଜିବା ପରିସ୍ଥିତି ପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି ସଭାପତି କହିଛନ୍ତି। ଖବରଦାତା ସମ୍ମିଳନୀରେ ସଂଘର ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ସାହୁ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?