Posted inଜାତୀୟ

ବିଳମ୍ବରେ ପହଞ୍ଚିବାରୁ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ

ଅଗରତାଲା,୧୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଉତ୍ତର-ପୂର୍ବ ରାଜ୍ୟ ଗସ୍ତରେ ଅଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ମେଘାଳୟରେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବା ପରେ ତ୍ରିପୁରାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିଲେ। ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ) ଅଧୀନରେ ଦୁଇ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ପାଇଁ ‘ଗୃହ ପ୍ରବେଶ’ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।
ଏହାପରେ ପ୍ରଧାନମନ୍ତ୍ରୀ ତ୍ରିପୁରାରେ ପହଞ୍ଚିଥିଲେ। ରାଜଧାନୀ ଅଗରତାଲାରେ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ବିଳମ୍ବରେ ପହଞ୍ଚିବା ପାଇଁ ପ୍ରଥମେ ଜନସାଧାରଣଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ, ସର୍ବପ୍ରଥମେ ମୁଁ ମୁଣ୍ଡ ନୁଆଁଇ ଆପଣ ସମସ୍ତଙ୍କୁ କ୍ଷମା ମାଗୁଛି କାରଣ ମୁଁ ପ୍ରାୟ ଦୁଇ ଘଣ୍ଟା ବିଳମ୍ବରେ ଆସିଛି। ମୁଁ ମେଘାଳୟରେ ଥିଲି, ସେଠାରେ ସମୟ ଟିକିଏ ଅଧିକ ଗଲା। ମୋତେ କୁହାଗଲା ଯେ ସକାଳ ୧୧ରୁ କିଛି ଲୋକ ଏଠାରେ ବସିଛନ୍ତି। ଆଶୀର୍ବାଦ ଦେବା ପାଇଁ ତୁମେ ନେଇଥିବା କଷ୍ଟ ପାଇଁ ମୁଁ କ୍ଷମା ମାଗୁଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ତ୍ରିପୁରାର ସର୍ବଦଳୀୟ ବିକାଶ ଉପରେ ସରକାରଙ୍କ ଧ୍ୟାନ ରହିଛି ଏବଂ ନିଆଯାଇଥିବା ପ୍ରକଳ୍ପଗୁଡ଼ିକ ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବ। ତ୍ରିପୁରାର ସଂଯୋଗ ତଥା ଭିତ୍ତିଭୂମି ପ୍ରକଳ୍ପ ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ ହେଉଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ତ୍ରିପୁରା ଗ୍ରାମଗୁଡିକ ସଡ଼କ ଦ୍ୱାରା ସଂଯୋଗ ହୋଇଛି। ଆପଣମାନଙ୍କ ସମସ୍ତ ଉଦ୍ୟମ ଯୋଗୁ ତ୍ରିପୁରା ବିକାଶ ହେଉଛି। ଆଜି ରାଜ୍ୟ ତାର ପ୍ରଥମ ଡେଣ୍ଟାଲ କଲେଜ ପାଇଛି। ଫଳରେ ତ୍ରିପୁରାର ଯୁବକମାନେ ନିଜେ ଏଠାରେ ଡାକ୍ତର ହେବାର ସୁଯୋଗ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri