Posted inଜାତୀୟ

ନର୍ସଙ୍କୁ ଏମିତି ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ (ଆରଏମଏଲ) ପରିଦର୍ଶନ କରିଛନ୍ତି। ଦେଶରେ ୧ ବିଲିୟନରୁ ଅଧିକ ଡୋଜ ଆଣ୍ଟି-କରୋନା ଟିକା ଦିଆଯିବା ଅବସରରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନାର ଅଧିକାରୀ ଏବଂ କର୍ମଚାରୀଙ୍କ ସହ କଥା ହୋଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଟିକା ଦେଉଥିବା ନର୍ସ କ୍ରିଷ୍ଟିନାଙ୍କ ସହ କଥା ହୋଇଥିଲେ। ସେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ଲୋକଙ୍କୁ ଟିକାକରଣ କରିଛନ୍ତି ପଚାରିଥିଲେ ମୋଦି। ଏହାର ଜବାବରେ ସେ ପ୍ରାୟ ୧୫,୦୦୦ ଲୋକଙ୍କୁ ଟିକାକରଣ କରିଛନ୍ତି ବୋଲି କ୍ରିଷ୍ଟିନା କହିଥିଲେ। ଏହା ଉପରେ ପ୍ରଧାନମନ୍ତ୍ରୀ ତାଙ୍କୁ ଯେ କିଛି ଲୋକ ଟିକା ଫୋଡା ଯିବା ସମୟରେ ପାଟି କରିଥିବେ ନିଶ୍ଚୟ। କ୍ରିଷ୍ଟିନା କହିଛନ୍ତି ହଁ, କିଛି ଲୋକ ଭୟଭୀତ ଥିଲେ କିନ୍ତୁ ଲୋକମାନେ ସହଯୋଗ କରନ୍ତି। ନର୍ସଙ୍କ ସହ ବାର୍ତ୍ତାଳାପ ପରେ ପ୍ରଧାନମନ୍ତ୍ରୀ ମଧ୍ୟ ତାଙ୍କୁ ଆଶୀର୍ବାଦ ଦେଇଥିଲେ।ପ୍ରଧାନମନ୍ତ୍ରୀ ଆରଏମଏଲରେ ଥିବା ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ କଥାବାର୍ତ୍ତା କରିଥିଲେ। ଏହି ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଟିକାକରଣ ଅଭିଯାନକୁ ନେଇ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ କର୍ମୀଙ୍କୁ ସର୍ବଦା ପ୍ରଶଂସା କରୁଛନ୍ତି।
ଦେଶରେ ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଆରମ୍ଭ ହୋଇଥିଲା ଏବଂ ଏହାର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯାଇଥିଲା। ଦେଶରେ ୪୫ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଟିକାକରଣ ଏପ୍ରିଲ ୧ରୁ ଆରମ୍ଭ ହୋଇଥିଲା ଏବଂ ୧୮ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଟିକାକରଣ ମେ ୧ରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?