Posted inଜାତୀୟ

ସେନାରେ ଯୋଗ ଦେବାକୁ ମହିଳାମାନଙ୍କୁ ଆହ୍ବାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୨ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ମନର କଥା କହିଛନ୍ତି । ଦେଶରେ ୧୦୦ କୋଟି ଟିକାକରଣର ଆମ ପାଇଁ ଗର୍ବର ବିଷୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହାସହ ପ୍ରଧାନମନ୍ତ୍ରୀ ବିର୍ସା ମୁଣ୍ଡାଙ୍କ ଆଦର୍ଶରୁ କିଛି ଶିକ୍ଷା ଗ୍ରହଣ କରିବାକୁ ଯୁବପିଢିଙ୍କୁ ଆହ୍ବାନ କରିଛନ୍ତି । ସେନାରେ ମହିଳାଙ୍କ ଯୋଗଦାନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। କୋବ୍ରା ବାଟାଲିୟନରେ ମହିଳାଙ୍କ ଟ୍ରେନିଂ ଆମକୁ ଆଶ୍ଚର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, କେନ୍ଦ୍ରୀୟ ସଶସ୍ତ୍ର ବଳ ସମେତ ଦେଶର ପୋଲିସ ବିଭାଗରେ ମହିଳାଙ୍କ ସଂଖ୍ୟା ଦୁଇଗୁଣରୁ ଅଧିକ ହୋଇଯାଇଛି। ସବୁ କ୍ଷେତ୍ରରେ ଭାରତୀୟ ମହିଳାମାନେ ସେମାନଙ୍କର ପାରଦର୍ଶିତା ପ୍ରଦର୍ଶନ କରୁଛନ୍ତି। ଆଜି ଆମେ ପାଳନ କରୁଥିବା ‘ସଂଯୁକ୍ତ ରାଷ୍ଟ୍ର ଦିବସ’ରେ ମଧ୍ୟ ଭାରତୀୟ ମହିଳାମାନେ ମୁଖ୍ୟ ଭୂମିକା ର୍ନିବାହ କରିଛନ୍ତି। ତେବେ ସେନାରେ ଆଗକୁ ଆହୁରି ମହିଳାମାନେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri