ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ବିଶ୍ୱ ଆଗରେ ପ୍ରତିପାଦିତ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୩ (ବ୍ୟୁରୋ) କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱରଠାରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମ ଶୁଣିଛନ୍ତି। ଏହି କାର୍ଯ୍ୟକ୍ରମରେ ନିଜ କାମ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ଓଡ଼ିଶା ଜଗତସିଂହପୁର ଜିଲାର ସିଲୁ ନାୟକଙ୍କୁ ସାଧୁବାଦ ଜଣାଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ଯୁବକଙ୍କୁ ସେନାରେ ଭର୍ତ୍ତି ହେବା ପାଇଁ ପ୍ରଶିକ୍ଷଣ ଦେଉଥିବା ଜଗତ୍‌ସିଂହପୁର ଜିଲାର ସିଲୁଙ୍କ କାମକୁ ପ୍ରଶଂସା କରିଛନ୍ତି। ଏହାଦ୍ୱାରା ପୁଣି ଥରେ ଓଡ଼ିଆ ଲୋକଙ୍କ ପାଖରେ ଥିବା ଦୃଢ଼ ଇଚ୍ଛାଶକ୍ତିକୁ ଦେଶ ଓ ବିଶ୍ୱ ଆଗରେ ପ୍ରଧାନମନ୍ତ୍ରୀ ପ୍ରତିପାଦିତ କରିଛନ୍ତି। ପୋଲିସ ଚାକିରି କରିବା ପାଇଁ ଅନେକ ଉଦ୍ୟମ ସତ୍ତ୍ୱେ ବିଫଳ ହେବା ପରେ ନାୟକ ସାର୍‌ ମହାଗୁରୁ ବାଟାଲିୟନରେ ୩୦୦ରୁ ଅଧିକ ଯୁବକଙ୍କୁ ମାଗଣାରେ ପ୍ରଶିକ୍ଷଣ ଦେଉଛନ୍ତି। ଏହାଦ୍ୱାରା ଯୁବକଙ୍କୁ ସେନାରେ ଭର୍ତ୍ତି କରିବା ପାଇଁ ତାଙ୍କର ଯେଉଁ ଇଚ୍ଛାଶକ୍ତି କେବଳ ଯୁବ ସମାଜକୁ ପ୍ରେରଣା ଦେବ ନାହିଁ ବରଂ ଭାରତୀୟ ସେନାରେ ଭର୍ତ୍ତିହେବା ପାଇଁ ସେମାନଙ୍କ ମନୋବଳକୁ ମଧ୍ୟ ବଢ଼ାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri