Odisha Elections 2024

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରଗଡ଼ ଷ୍ଟେଶନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେଶନଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅମୃତ ଭାରତ ଯୋଜନାରେ କେନ୍ଦୁଝରଗଡ଼ ଷ୍ଟେଶନର ପୁନର୍ବିକାଶ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଏହି ଆଧୁନୀକରଣ ପାଇଁ ପ୍ରାୟ ୧୦ କୋଟି ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ରେଳ ଅଧିକାରୀ। ଅମୃତ ଭାରତ ଷ୍ଟେଶନ ଯୋଜନାରେ ୫୫୪ଟି ରେଳ ଷ୍ଟେଶନର ପୁନଃବିକାଶ ପାଇଁ ଶିଳାନ୍ୟାସ କରାଯିବ। ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା। ଏହି ଷ୍ଟେଶନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ ସିଟି ସେଣ୍ଟର ଭାବେ କାର୍ଯ୍ୟ କରିବ। ଏହି ଯୋଜନାରେ ଓ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ଏହି ଷ୍ଟେଶନ ଗୁଡ଼ିକ ମଧ୍ୟରେ ଓ ରହିଛି ୨୧ଟି ଷ୍ଟେଶନ। ଆଜିର ଏହି କାର୍ଯ୍ୟକ୍ରମରେ ସଦର ବିଧାୟକ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଗାମୀ ଦିନରେ କେନ୍ଦୁଝରଗଡ଼ ରେଳ ଷ୍ଟେଶନ ଉତ୍ତର ଓଡ଼ିଶାର ଏକ ମୁଖ୍ୟ ଷ୍ଟେଶନ ଭାବେ ପରିଗଣିତ ହେବ ବୋଲି ପ୍ରକାଶ କରିଥିଲେ। ଷ୍ଟେଶନର ବିକାଶ ସହ ବହୁ ଦିନର ଦିଲ୍ଲୀ ଟ୍ରେନ ଦାବି କେନ୍ଦ୍ର ସରକାର ପୂର୍ଣ୍ଣ କରିଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ମାଝି। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ, ସିଏସ୍‌ଟିଇ ପୀତବାସ ପଣ୍ଡା, ଡିଏନ ନର୍ଥ ବିନିତ୍‌ କୁମାର ଯାଦବ, ଏଡିଇନ୍‌ ବିଜୟ କୁମାର ବନାଙ୍କ ସହ ସମସ୍ତ ରେଳବାଇ ଅଧିକାରୀ ଓ ଶତାଧିକ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri