ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରଗଡ଼ ଷ୍ଟେଶନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେଶନଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅମୃତ ଭାରତ ଯୋଜନାରେ କେନ୍ଦୁଝରଗଡ଼ ଷ୍ଟେଶନର ପୁନର୍ବିକାଶ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଏହି ଆଧୁନୀକରଣ ପାଇଁ ପ୍ରାୟ ୧୦ କୋଟି ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ରେଳ ଅଧିକାରୀ। ଅମୃତ ଭାରତ ଷ୍ଟେଶନ ଯୋଜନାରେ ୫୫୪ଟି ରେଳ ଷ୍ଟେଶନର ପୁନଃବିକାଶ ପାଇଁ ଶିଳାନ୍ୟାସ କରାଯିବ। ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା। ଏହି ଷ୍ଟେଶନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ ସିଟି ସେଣ୍ଟର ଭାବେ କାର୍ଯ୍ୟ କରିବ। ଏହି ଯୋଜନାରେ ଓ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ଏହି ଷ୍ଟେଶନ ଗୁଡ଼ିକ ମଧ୍ୟରେ ଓ ରହିଛି ୨୧ଟି ଷ୍ଟେଶନ। ଆଜିର ଏହି କାର୍ଯ୍ୟକ୍ରମରେ ସଦର ବିଧାୟକ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଗାମୀ ଦିନରେ କେନ୍ଦୁଝରଗଡ଼ ରେଳ ଷ୍ଟେଶନ ଉତ୍ତର ଓଡ଼ିଶାର ଏକ ମୁଖ୍ୟ ଷ୍ଟେଶନ ଭାବେ ପରିଗଣିତ ହେବ ବୋଲି ପ୍ରକାଶ କରିଥିଲେ। ଷ୍ଟେଶନର ବିକାଶ ସହ ବହୁ ଦିନର ଦିଲ୍ଲୀ ଟ୍ରେନ ଦାବି କେନ୍ଦ୍ର ସରକାର ପୂର୍ଣ୍ଣ କରିଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ମାଝି। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ, ସିଏସ୍‌ଟିଇ ପୀତବାସ ପଣ୍ଡା, ଡିଏନ ନର୍ଥ ବିନିତ୍‌ କୁମାର ଯାଦବ, ଏଡିଇନ୍‌ ବିଜୟ କୁମାର ବନାଙ୍କ ସହ ସମସ୍ତ ରେଳବାଇ ଅଧିକାରୀ ଓ ଶତାଧିକ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri