Posted inଫୁରସତ

ଭାଇଙ୍କ ପ୍ରେମିକାଙ୍କୁ ଭଲ ପାଇ ବିବାହ କରିଛନ୍ତି ଏହି ପ୍ରଧାନମନ୍ତ୍ରୀ

କୁହାଯାଏ, ପ୍ରେମରେ କୌଣସି ବୟସ ନ ଥାଏ। ପ୍ରେମ ଶାଶ୍ୱତ, ଚିରନ୍ତନ। ସେଥିପାଇଁ ତ ଲୋକେ ସମାଲୋଚନାକୁ ଖାତିର ନ କରି ପ୍ରେମରେ ପଡ଼ି ଶେଷରେ ଜିତାପଟ ଲାଭ କରନ୍ତି। ଏମିତି ବି ପ୍ରେମରେ ପଡ଼ିଥିଲେ ଜଣେ ରାଜନେତା।
କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ହେଉଛନ୍ତି ଏମିତି ଜଣେ ପ୍ରେମିକ ଯିଏ କି ତାଙ୍କ ଭାଇଙ୍କ ପ୍ରେମିକାଙ୍କୁ ଭଲ ପାଇ ବସିଥିଲେ। ଶେଷରେ ସେ ତାଙ୍କୁ ବିବାହ ମଧ୍ୟ କରିଥିଲେ। ତାଙ୍କ ନାଁ ସୋଫି। ତାଙ୍କର ତିନୋଟି ସନ୍ତାନ ଅଛନ୍ତି। ଜଷ୍ଟିନ୍‌ ଏବଂ ସୋଫିଙ୍କ ଯୋଡ଼ି ବହୁତ ସୁନ୍ଦର। ସେମାନଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ଆକର୍ଷଣୀୟ।

ଜଷ୍ଟିନ ଟ୍ରୁଡୋଙ୍କ ସାନଭାଇ ମାଇକେଲ ଟ୍ରୁଡୋଙ୍କ ଗର୍ଲଫ୍ରେଣ୍ଡ ଥିଲେ ସୋଫି। ସେ କହିଛନ୍ତି, ୧୯୯୮ମସିହାରେ ମାଇକେଲ ଭୂସ୍ଖଳନ ହେତୁ ମୃତ୍ୟୁବରଣ କରିଥିଲେ। ଏହା ପରେ ଜଷ୍ଟିନ ଏବଂ ସୋଫି ସାକ୍ଷାତ ଆରମ୍ଭ କରିଥିଲେ। ଦିନେ ଜଷ୍ଟିନ ସୋଫିଙ୍କ ନମ୍ବର ଜାଣି ତାଙ୍କୁ ରାତ୍ରିଭୋଜନ ପାଇଁ ଡାକି ବିବାହ ପ୍ରସ୍ତାବ ଦେଇଥିଲେ। ଉଭୟ ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌ କରିଥିଲେ। ୨୦୦୪ରେ ପରସ୍ପରକୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୦୫ରେ ସେମାନେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଜଷ୍ଟିନ୍‌ ୨୦୧୫ରେ କାନାଡାର ପ୍ରଧାନମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri