Posted inଖେଳ

ଭାରତୀୟ ଦଳକୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ୍‌,୧୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନ ଭାରତୀୟ କ୍ରିକେଟ୍‌ ଦଳକୁ ପ୍ରଶଂସାରେ ପୋତି ପକାଇଛନ୍ତି। ସେ କହିଛନ୍ତି ଯେ ଭାରତ ମୌଳିକ କ୍ରିକେଟ ଭିତ୍ତିଭୂମିରେ ଉନ୍ନତି ହେତୁ ବିଶ୍ୱର ଏକ ପ୍ରମୁଖ ଦଳ ଭାବେ ପରିଣତ ହେଉଛି। ପାକିସ୍ତାନ ସର୍ବଦା ଏକ ଭଲ ଦଳ କିନ୍ତୁ କ୍ରିକେଟ ଢାଞ୍ଚାରେ ଉନ୍ନତି ନ ଥିବାରୁ ଏହା ବିଶ୍ୱସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରୁ ନାହିଁ ବୋଲି ସେ କହିଛନ୍ତି। ଇସଲମାବାଦରେ ଗଣମାଧ୍ୟମକୁ ସୂଚନା ଦେଇ ଇମ୍ରାନ କହିଛନ୍ତି ଯେ ଆଜି ଭାରତକୁ ଦେଖ, ସେମାନେ ଦୁନିଆର ଶ୍ରେଷ୍ଠ ଦଳ ଭାବେ ପରିଗଣିତ, କାରଣ ସେମାନେ ସେମାନଙ୍କର ଢାଞ୍ଚାରେ ଉନ୍ନତି ଆଣିଛନ୍ତି, ଯଦିଓ ଆମର ଅଧିକ ପ୍ରତିଭା ରହିଛି। ସେ କହିଛନ୍ତି, କୌଣସି ଏକ ଢାଞ୍ଚାରେ କାମ କରିବା ଏବଂ ପ୍ରତିଭା ଅନ୍ବେଷଣ କରିବା ପାଇଁ ସମୟ ଲାଗିଥାଏ କିନ୍ତୁ ମୋର ବିଶ୍ୱାସ ଅଛି ଯେ ଆମ ଦଳ ମଧ୍ୟ ବିଶ୍ୱର ଶ୍ରେଷ୍ଠ ଦଳ ହେବ। ବ୍ୟସ୍ତବହୁଳ କାର୍ଯ୍ୟ ହେତୁ ଖେଳିବାକୁ ତାଙ୍କ ପାଖରେ ଅଧିକ ସମୟ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ ସଂରକ୍ଷକ ଇମ୍ରାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri