ଭୁବନେଶ୍ୱର,୬ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି ଯେ ବିଜୁବାବୁଙ୍କର ଭବିଷ୍ୟତ ଦେଶ ଗଠନ ଲକ୍ଷ୍ୟ, ମାନବ ସଶକ୍ତୀକରଣ ଏବଂ ସାମାଜିକ ନ୍ୟାୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛି। ଓଡ଼ିଶା ବିକାଶରେ ତାଙ୍କର ଉଦ୍ୟମ ପାଇଁ ଦେଶ ଗର୍ବିତ। ଘରେ ଘରେ ପରିଚିତ ଥିବା ବିଜୁବାବୁଙ୍କ ଜୟନ୍ତୀକୁ ଓଡ଼ିଶା ସରକାର ସାରା ରାଜ୍ୟରେ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ଭାବେ ପାଳନ କରୁଛନ୍ତି। ଉକ୍ତ ଦିବସକୁ ସରକାରୀ ଛୁଟି ଦିବସ ଭାବେ ଘୋଷଣା କରି ଏହି ମହାନ୍ ଜନନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବିଜୁବାବୁ ଜଣେ ସାହସୀ ବିମାନ ଚାଳକ ଥିଲେ। ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମ ଏବଂ କଶ୍ମୀର ଯୁଦ୍ଧ ସମୟରେ ସଂଗ୍ରାମୀଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେବାରେ ସେ ସାହସିକତାର ପ୍ରମାଣ ଦେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
Archives

