Posted inଜାତୀୟ

ବିରୋଧୀଙ୍କ ନାରାବାଜି ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଭାଷଣ ଦେଉଥିବା ବେଳେ ବିରୋଧୀଦଳ ନେତା ତଥା କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ବାରମ୍ବାର ବିଭ୍ରାଟ ସୃଷ୍ଟି କରିଥିଲେ। ଏହା ଶୁଣି ପ୍ରଧାନମନ୍ତ୍ରୀ ତାଙ୍କୁ ଦାଦା କହି ବୁଝାଇବାକୁ ଚେଷ୍ଟା କରିଥିଲେ। ବାଚସ୍ପତି ମଧ୍ୟ ନାରାବାଜୀ ନ କରିବାକୁ ତାଙ୍କୁ କହିଥିଲେ। ପ୍ରଧାନମନ୍ତ୍ରୀ ମୋଦି କୃଷି ଆଇନ ଉପରେ କହୁଥିବା ବେଳେ ବିରୋଧୀମାନେ ବାରମ୍ବାର ହଟଗୋଳ କରିଥିଲେ। ଏଥିଯୋଗୁ ମୋଦି କହିଥିଲେ, ହଟଗୋଳ ଓ ବିଭ୍ରାଟ ନ କଲେ କୃଷି ଆଇନକୁ ନେଇ ଯେଉଁ ମିଥ୍ୟା ପ୍ରଚାର କରାଯାଉଛି, ତା’ର ପର୍ଦ୍ଦାଫାଶ ହୋଇଯିବ। କୃଷି ଆଇନ ଉପରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ନୂତନ କୃଷି ଆଇନ ସମ୍ପୂର୍ଣ୍ଣ ଇଚ୍ଛାଧୀନ। ଯେଉଁମାନେ ଚାହିଁବେ କୃଷି ଆଇନକୁ ବିକଳ୍ପ ଭାବେ ବ୍ୟବହାର କରିପାରିବେ। ଯେଉଁମାନେ ପୁରୁଣା ବ୍ୟବସ୍ଥାରେ ଚାଷ କରିବେ ଏବଂ ନିଜର ଉତ୍ପାଦ ବିକ୍ରି କରିବାକୁ ଚାହିଁବେ ଏହାକୁ କେହି ଅଟକାଇ ପାରିବେ ନାହିଁ। ପୂର୍ବରୁ ଥିବା ମଣ୍ଡି ବ୍ୟବସ୍ଥାକୁ ଅଧିକ ଅତ୍ୟାଧୁନିକ କରିବାକୁ ସରକାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ପୁରୁଣା ବ୍ୟବସ୍ଥା କୁଆଡେ ଯିବ ନାହିଁ। ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଜାରି ରହିବ। ସରକାର ଆନ୍ଦୋଳନରତ ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri