ନବୀନଙ୍କ ସହ ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ, କହିଲେ ଏବେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା  ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ମୋଦି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ସେବେଠାରୁ ନବୀନ ନିବାସରେ ସେ ରହିବା ସହିତ ଦଳୀୟ ନେତୃବୃନ୍ଦଙ୍କ ସହିତ କମ୍‌ ସାକ୍ଷାତ ଆଲୋଚନା କରୁଥିବା ଜଣାଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛୁ ସେ ଖୁବ୍‌ଶୀଘ୍ର ଭଲ ହୋଇଯାଆନ୍ତୁ। ଏହାସହିତ ତାଙ୍କ ପ୍ରତି ରାଜ୍ୟବାସୀଙ୍କ ଆଶୀର୍ବାଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri