୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ। ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ମଙ୍ଗଳବାର ଖାରବେଳ ଭବନରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ସବୁଠୁ ଭଲ ହେବ ବୋଲି ବିଶ୍ୱାସ ରଖି ବିଭାଗ କାମ କରୁଛି। ମୁଖ୍ୟମନ୍ତ୍ରୀ ନିଜେ ଏହାକୁ ଗୁରୁତର ସହ ଅନୁଧ୍ୟାନ କରୁଛନ୍ତି। ବୈଠକରେ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ଅଧିକାରୀ, କଟକ, ପୁରୀ, ଖୋର୍ଦ୍ଧା ଜିଲାପାଳଙ୍କ ସମେତ ବିଡିଏ, ବିଏମ୍‌ସି, ସିଏମ୍‌ସିର ଅଧିକାରୀ ଉପସ୍ଥିତ ରହିଥିଲେ। ଏହି ଦିବସରେ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଛି। ୧୪୦ ଦେଶରୁ ୫ ହଜାରରୁ ୭ ହଜାର ପ୍ରବାସୀ ଭାରତୀୟ ଏଥିରେ ଯୋଗଦେବେ। ସେମାନଙ୍କ ରହଣି ପାଇଁ ପର୍ଯ୍ୟଟନ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ସୁବିଧାଜନକ ଗମନାଗମନ ପାଇଁ କ୍ରୁଟ ୫ଟି ଡବଲ ଡେକର ବସ୍‌ ସହ ୫୦ଟି ନୂଆ ବସ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri