୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ। ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ମଙ୍ଗଳବାର ଖାରବେଳ ଭବନରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ସବୁଠୁ ଭଲ ହେବ ବୋଲି ବିଶ୍ୱାସ ରଖି ବିଭାଗ କାମ କରୁଛି। ମୁଖ୍ୟମନ୍ତ୍ରୀ ନିଜେ ଏହାକୁ ଗୁରୁତର ସହ ଅନୁଧ୍ୟାନ କରୁଛନ୍ତି। ବୈଠକରେ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ଅଧିକାରୀ, କଟକ, ପୁରୀ, ଖୋର୍ଦ୍ଧା ଜିଲାପାଳଙ୍କ ସମେତ ବିଡିଏ, ବିଏମ୍‌ସି, ସିଏମ୍‌ସିର ଅଧିକାରୀ ଉପସ୍ଥିତ ରହିଥିଲେ। ଏହି ଦିବସରେ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଛି। ୧୪୦ ଦେଶରୁ ୫ ହଜାରରୁ ୭ ହଜାର ପ୍ରବାସୀ ଭାରତୀୟ ଏଥିରେ ଯୋଗଦେବେ। ସେମାନଙ୍କ ରହଣି ପାଇଁ ପର୍ଯ୍ୟଟନ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ସୁବିଧାଜନକ ଗମନାଗମନ ପାଇଁ କ୍ରୁଟ ୫ଟି ଡବଲ ଡେକର ବସ୍‌ ସହ ୫୦ଟି ନୂଆ ବସ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri