ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଠାରୁ ଆରମ୍ଭକରି ବହୁ ଭାଜପା ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତକରିବା ଲାଗି ଏୟାରପୋର୍ଟ ଛକଠାରୁ ଆରମ୍ଭକରି କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ଏବଂ ରାଜଭବନ ଛକ ଭଳି ବିଭିନ୍ନ ସ୍ଥାନରେ ଓଡ଼ିଶାର ପାରମ୍ପରିକ ନୃତ୍ୟ ପରିବେଷଣଠାରୁ ଆରମ୍ଭ କରି ଶତାଧିକ ଲୋକ ଏକତ୍ରିତ ହୋଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ଲୋକମାନେ ଘଣ୍ଟ ଆଉ ବାଜା ବଜାଇ ମଧ୍ୟ ତାଙ୍କୁ ସ୍ବାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୁରୁବାର ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ସମ୍ମିଳନୀର ଉଦ୍‌ଘାଟନକରି ଉଦ୍‌ବୋଧନ ରଖିବେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତକରିବା ଲାଗି ସବୁଆଡ଼େ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ବଡ଼ ଫ୍ଲେକ୍ସ ଏବଂ ବ୍ୟାନରରେ ଛାଉଣି କରାଯାଇଛି। ପ୍ରଧାନମନ୍ତ୍ରୀ ବୁଧବାର ରାଜଭବନଠାରେ ରାତ୍ରିଯାପନ କରିବେ। ଗୁରୁବାରର କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ପ୍ରବାସୀ ଭାରତୀୟ ସମ୍ମିଳନୀର ଉଦ୍‌ଯାପନୀ ଉତ୍ସବରେ ଯୋଗଦେବା ଲାଗି ଗୁରୁବାର ରାତିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶୁକ୍ରବାର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ରାତିରେ ଦିଲ୍ଲୀ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri