ଆଜିଠୁ ଗଡ଼ିବ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସ୍‌, ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୫ା୯(ଅନୁରାଧା ମହାରଣା): ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳର ରବିବାର ଶୁଭାରମ୍ଭ ହେବ। ଝାଡ଼ଖଣ୍ଡସ୍ଥିତ ଟାଟାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ଶନିବାର ଏହାର ଟ୍ରାଏଲ ରନ୍‌ କରାଯାଇଥିବାବେଳେ ବିଭିନ୍ନ ଷ୍ଟେଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବ୍ରହ୍ମପୁର ରେଳଷ୍ଟେଶନରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଭୁବନେଶ୍ୱର ରେଳଷ୍ଟେଶନ ପର୍ଯ୍ୟନ୍ତ ଯାତ୍ରା କରିବେ। ବ୍ରହ୍ମପୁର ସମେତ ବାଲୁଗାଁ, ଖୋର୍ଦ୍ଧାରୋଡ୍‌, ଭୁବନେଶ୍ୱର, କଟକ, ଯଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ଓ କେନ୍ଦୁଝର ରେଳ ଷ୍ଟେଶନରେ ଏକ କାର୍ଯ୍ୟକ୍ରମର ଆୟୋଜନ ହେବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ବାଲୁଗାଁ ଷ୍ଟେଶନରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧାରୋଡ୍‌ ରେଳଷ୍ଟେଶନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏମ୍‌ପି ସୁଲତା ଦେଓ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ରହିବେ। ସେହିପରି ଭୁବନେଶ୍ୱର ରେଳଷ୍ଟେଶନରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଏମ୍‌ପି ଅପରାଜିତା ଷଡଙ୍ଗୀ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କାର୍ଯ୍ୟକ୍ରମରେ ଯୋଡ଼ିହେବେ। କଟକ ଷ୍ଟେଶନରେ ଏମ୍‌ପି ଭର୍ତ୍ତୃହରି ମହତାବ, କଟକ ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ଯୋଗଦେବାକୁ ଥିବାବେଳେ ଯଖପୁରା ଷ୍ଟେଶନରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଯାଜପୁର ଏମ୍‌ପି ଡ. ରବୀନ୍ଦ୍ର ନାରାୟଣ ବେହେରା ଉପସ୍ଥିତ ରହିବେ। ହରିଚନ୍ଦନପୁରଠାରେ ତେଲକୋଇ ବିଧାୟକ ଡ. ଫକୀର ମୋହନ ନାୟକ ଏବଂ କେନ୍ଦୁଝରଗଡ଼ ଷ୍ଟେଶନରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?