Posted inଜାତୀୟ

ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି: ଆଜି ଆକାଶମାର୍ଗରୁ ଦେଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୮ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ବୁଧବାର ସାମୁଦ୍ରିକ ଝଡ଼ ଓଡ଼ିଶା ଉପକୂଳରେ ମାଡ଼ କରିବା ସହ ଉଭୟ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି କରିଥିଲା। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁଯାୟୀ ମୋଦି ଶୁକ୍ରବାର ଭୁବନେଶ୍ୱରରେ ବିମାନରୁ ଅବତରଣ କରି ଏକ ସମୀକ୍ଷା ବୈଠକରେ ଯୋଗଦେବେ। ଏହା ପରେ ସେ ବାଲେଶ୍ୱର ଓ ଭଦ୍ରକ ଜିଲାର କ୍ଷୟକ୍ଷତି ଆକାଶମାର୍ଗରୁ ଅନୁଧ୍ୟାନ କରିବେ। ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲା ବାତ୍ୟାଞ୍ଚଳ ଆକାଶମାର୍ଗରୁ ଦେଖିବା ସହ ସେଠାରେ ଅନ୍ୟ ଏକ ସମୀକ୍ଷା ବୈଠକ କରିବେ। ଗୁରୁବାର ପ୍ରଧାନମନ୍ତ୍ରୀ ତାଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ସ୍ବରାଷ୍ଟ୍ର ସଚିବ, ଶକ୍ତି ସଚିବ, ଟେଲିକମ୍‌ ସଚିବ ଏବଂ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜିଙ୍କ ସହ ବାତ୍ୟା ପ୍ରଭାବ ସମ୍ପର୍କରେ ସମୀକ୍ଷା କରିଥିଲେ। ଅଧିକାରୀମାନେ ବିଭିନ୍ନ ପ୍ରସ୍ତୁତି, କ୍ଷୟକ୍ଷତି ଆକଳନ ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ବାତ୍ୟାଞ୍ଚଳରୁ ୧,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଉଦ୍ଧାର କରିବା ସହ ୨,୫୦୦ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟକୁ ରାସ୍ତାରୁ ହଟାଇଛି। ଉଭୟ ରାଜ୍ୟ ବାତ୍ୟା କ୍ଷୟକ୍ଷତି ଆକଳନ ଜାରି ରଖିଛନ୍ତି। ପୂର୍ବରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବାରୁ ଅତି କମ୍‌ ଜୀବନ ହାନି ହୋଇଛି। ବାତ୍ୟା ଚ୍ୟାଲେଞ୍ଜକୁ ମୁକାବିଲା କରିବାରେ ଉଭୟ କେନ୍ଦ୍ରୀୟ ଓ ରାଜ୍ୟ ସଂସ୍ଥାଗୁଡ଼ିକର ସକ୍ରିୟ ଭୂମିକା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିବା ସହ କମ୍‌ ସମୟ ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜୀବନଯାତ୍ରା ସ୍ବାଭାବିକ କରାଇବା ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri