Posted inଜାତୀୟ

୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ଓ ସଡ଼କ ପରିବହନ ମନ୍ତ୍ରଣାଳୟ ଅଧୀନ ମୋଟ୍‌ ୪ ହଜାର ୭୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ୪ଟି ବିକାଶମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ରବିବାର ପଶ୍ଚିମବଙ୍ଗଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ପଶ୍ଚିମବଙ୍ଗ ସମେତ ପୂର୍ବ ଭାରତର ସାମଗ୍ରିକ ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ୭ ତାରିଖରେ ପ୍ରଧାନମନ୍ତ୍ରୀ ୩ଟି ପ୍ରକଳ୍ପ ଯଥା ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ୍‌ ପାଇପଲାଇନ, ଭାରତ ପେଟ୍ରୋଲିୟମ କର୍ପୋରେଶନ(ବିପିସିଏଲ୍‌) ଦ୍ୱାରା ନିର୍ମିତ ଏଲ୍‌ପିଜି ଇମ୍ପୋର୍ଟ ଟର୍ମିନାଲ, ଜାତୀୟ ରାଜପଥ-୪୧ ହଳଦିଆର ରାଣୀଛକଠାରେ ୪ ଲେନ୍‌ ବିଶିଷ୍ଟ ଆର୍‌ଓବି-କମ୍‌-ଫ୍ଲାଏଓଭରର ଲୋକାର୍ପଣ କରିବା ସହ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ହଳଦିଆ ରିଫାଇନେରିର ଦ୍ୱିତୀୟ କାଟାଲିଟିକ୍‌ ଡିୱାକ୍ସିଂ ୟୁନିଟ୍‌ର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି ା ଏହାସହ ପ୍ରଧାନମନ୍ତ୍ରୀ ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ୍‌ ପାଇପଲାଇନର ଲୋକାର୍ପଣ କରିବେ। ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ପାଇପରେ ଗ୍ୟାସ୍‌ ଆସିବ। ଏହି ପ୍ରକଳ୍ପ ଦ୍ୱାରା ୧୫ ଲକ୍ଷ ମାନବ ଦିବସ ରୋଜଗାର ସୃଷ୍ଟି କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ ଯୁବକଙ୍କ ପାଇଁ ଆର୍ଥତ୍କ ସୁଯୋଗ ସୃଷ୍ଟି କରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri