Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଗୁହାରି ହେଲେ ନିଖୋଜ ଯବାନଙ୍କ ସ୍ତ୍ରୀ

ରାୟପୁର, ୫।୪: ଛତିଶଗଡ଼ର ବିଜାପୁର ଏନ୍‌କାଉଣ୍ଟର ବେଳେ ନିଖୋଜ ଥିବା ସିଆର୍‌ପିଏଫ୍‌ ଯବାନ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଥିବା ଜଣେ ଅଜଣା ବ୍ୟକ୍ତି ଫୋନ୍‌ ଯୋଗେ ସୂଚନା ଦେଇଛନ୍ତି। ତେବେ ତାଙ୍କୁ ଫେରାଇ ଦେବା ବଦଳରେ ମାଓବାଦୀମାନଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ଦାବି କରାଯାଇନାହିଁ। ଶନିବାରଠାରୁ ସିଆର୍‌ପିଏଫ୍‌ କୋବ୍ରା ବାଟାଲିୟନର ଏହି ୩୫ ବର୍ଷୀୟ କନ୍‌ଷ୍ଟେବଲ ଏନ୍‌କାଉଣ୍ଟରସ୍ଥଳରୁ ନିଖୋଜ ଅଛନ୍ତି। ମାଓବାଦୀଙ୍କ କବଳରେ ଥିବା ରିପୋର୍ଟ ମିଳିବା ପରେ ଜମ୍ମୁର ଏହି ଯବାନଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରାଯାଉଛି। ରାକେଶ୍ୱରଙ୍କୁ ନିରାପଦରେ ଫେରାଇ ଆଣିବା ଲାଗି ତାଙ୍କ ସ୍ତ୍ରୀ ମୀନୁ ମାନ୍‌ହାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ନିବେଦନ କରିଛନ୍ତି। ତେବେ ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବୁଝାମଣା ପ୍ରକ୍ରିୟା ଆରମ୍ଭ ହୋଇ ନ ଥିବା ଏକ ସୂତ୍ରରୁ ଜଣାପଡ଼ିଛି।
ଫୋନ୍‌ କରି ରାକେଶ୍ୱରଙ୍କ ସମ୍ପର୍କରେ ସୂଚନା ଦେଇଥିବା ବ୍ୟକ୍ତି ଜଣକ ନିଜକୁ ହିଡମା (ଦୁର୍ଦ୍ଧର୍ଷ ମାଓବାଦୀ କମାଣ୍ଡର) ବୋଲି କହିଛି। ସୋମବାର ସେ ବିଜାପୁରର ଜଣେ ଖବରଦାତାଙ୍କୁ ଫୋନ୍‌ କରି ଯବାନ ସୁରକ୍ଷିତ ଏବଂ ମାଓବାଦୀଙ୍କ କବ୍‌ଜାରେ ରହିଥିବା ସୂଚନା ଦେଇଥିଲେ। ସିଆର୍‌ପିଏଫର କେତେଜଣ ଅଫିସର ରାକେଶ୍ୱରଙ୍କ ଘରକୁ ଯାଇ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ଖବରଦାତାଙ୍କ ସୂଚନାର ସତ୍ୟାସତ୍ୟ ଜାଣିବା ପାଇଁ ଉଦ୍ୟମ କରାଯାଉଥିବା ସେମାନେ ପରିବାରକୁ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri