ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଲେ ପ୍ରଧାନଶିକ୍ଷକ, ଉତ୍ତ୍ୟକ୍ତ ହୋଇ ସ୍କୁଲ ଘେରିଲେ ଗ୍ରାମବାସୀ

କୋରୁକୋଣ୍ଡା,୩।୧୧(ଡି.ଏନ.ଏ): ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ରୀଛାତ୍ର ଆହତ। ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଘେରିଲେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମଟାପାଲ୍ଲୀ ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ମଙ୍ଗଳବାର ବିଦ୍ୟାଳୟର ୪ର୍ଥ ଶ୍ରେଣୀ ପିଲାଙ୍କୁ ପ୍ରଧାନଶିକ୍ଷକ ରଞ୍ଜନ ବେହେରା ଗଣିତ ପଢ଼ାଉଥିବା ବେଳେ କିଛି ପ୍ରଶ୍ନର ଉତ୍ତର ଛାତ୍ରୀଛାତ୍ର ଦେଇ ପାରିନଥିଲେ। ଫଳରେ ଏକ ବାଉଁଶ ଛାଟିଆ ନେଇ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ମାଡ ମାରିଥିଲେ। ୪ର୍ଥ ଶ୍ରେଣୀର ୧୦ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୭ ଜଣଙ୍କୁ ପ୍ରଧାନଶିକ୍ଷକ ରଞ୍ଜନ ବେହେରା ଅତି ଗୁରୁତର ଭାବେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି କିଛି ଛାତ୍ରୀଛାତ୍ରଙ୍କ ମୁଣ୍ଡକୁ ମଧ୍ୟ ଜୋର ମାରିଥିବା ଛାତ୍ରୀଛାତ୍ର କହିଛନ୍ତି। ଏହାକୁ ନେଇ ସୁବର୍ଣ୍ଣପୁର ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଘେରିଥିବା ଦେଖିବାକୁ ମିଳିଛି। ଏଥିସହିତ ପ୍ରଧାନ ଶିକ୍ଷକ ରଞ୍ଜନ ବେହେରା ନିଜ ମନ ମୁତାବକ ସେଠାରେ ଶାସନ ଚଳାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଏହି ଘଟଣାକୁ ନେଇ ପ୍ରଧାନ ଶିକ୍ଷକ ରଞ୍ଜନ ବେହେରାଙ୍କୁ ପଚାରିବାରୁ ପାଠ ପଢ଼ାରେ ଅବହେଳା ହେତୁ ରାଗି ଯାଇ ମାରିଥିବା ଘଟଣା ସ୍ବୀକାର କରିଥିଲେ। ଏଥିସହ ପିଲାଙ୍କ ଷ୍ଟାଇପେଣ୍ଡ ଟଙ୍କା ସେ ତୁରନ୍ତ ଫେରାଇଦେବେ ବୋଲି କହିଥିଲେ। ଅନ୍ୟପଟେ, ଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଇଛି। ଯଦି ଏହି ଘଟଣାକୁ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନ ନିଏ ତା’ହେଲେ ଆଗାମୀ ଦିନରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ତେବେ ଶୁକ୍ରବାର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀଙ୍କୁ ବିଦ୍ୟାଳୟ କୁ ପଠାଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଅସିତ ମିସ୍ତ୍ରୀ କହିଛନ୍ତି। ସରକାରଙ୍କ ଦଣ୍ଡମୁକ୍ତ ଶିକ୍ଷା ପ୍ରଦାନ ନିୟମକୁ ଖୋଲାଖୋଲି ଭାବେ ଉଲଂଘନ କରି କୁନି କୁନି ଛାତ୍ରୀଛାତ୍ରଙ୍କୁ ଏଭଳି ଦୟନୀୟ ଭାବେ ମାଡ଼ ମାରିବା କେତେ ଦୂର ଯୁକ୍ତିଯୁକ୍ତ ବୋଲି ସ୍ଥାନୀୟ ଅଞ୍ଚଳର ଜନସାଧାରଣ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri