ବିଦ୍ୟାଳୟ ଫାଟକ ଭିତରପଟୁ ତାଲା ପକାଇଲେ ପ୍ରଧାନଶିକ୍ଷୟିତ୍ରୀ, ବାହାରେ ବସିଲେ ଛାତ୍ରୀଛାତ୍ର

ହିଞ୍ଜିଳିକାଟୁ,୧୬ା୯(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୋଡିଙ୍ଗି ଶ୍ୟାମଳାଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି । ଶନିବାର ସକାଳୁଆ ସ୍କୁଲ ହୋଇଥିବା ବେଳେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟକୁ ଆସି ବିଦ୍ୟାଳୟ ଫାଟକ ଭିତରପଟୁ ତାଲା ବନ୍ଦ କରି ଦେଇଥିଲେ। କିଛି ସମୟ ପରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସି ଫାଟକ ଭିତରପଟୁ ତାଲା ପଡିଥିବା ଦେଖିବାକୁ ପାଇଥିଲେ। ଦୀର୍ଘ ସମୟ ଧରି ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ ଛିଡ଼ା ହୋଇ ରହିଥିଲେ। ଉକ୍ତ ଘଟଣା ଗ୍ରାମରେ ପ୍ରଚାରିତ ହେବା ପରେ ଅଭିଭାବକମାନେ ବିଦ୍ୟାଳୟକୁ ଆସି ଅସନ୍ତୋଷ ପ୍ରକାଶ କରିଥିଲେ। ଖବର ପାଇ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନା ଘଟଣାସ୍ଥଳରେ ପହଞ୍ଚି ଅସନ୍ତୁଷ୍ଟ ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ। ବିଡିଓଙ୍କ ହସ୍ତକ୍ଷେପ ପରେ ପ୍ରଧାନଶିକ୍ଷୟିତ୍ରୀ ବିଦ୍ୟାଳୟ ଫାଟକ ତାଲା ଖୋଲିବା ପରେ ଶିକ୍ଷାର୍ଥୀମାନେ ବିଦ୍ୟାଳୟକୁ ପ୍ରବେଶ କରିଥିଲେ। ସମୟ ନିର୍ଘଣ୍ଟ ପୂର୍ବରୁ ପ୍ରଧାନ ଶିକ୍ଷୟିତ୍ରୀ କାହିଁକି ବିଦ୍ୟାଳୟ ଫାଟକ ଭିତରପଟୁ ତାଲା ପକାଇଥିଲେ, ଏ ନେଇ ସଠିକ୍‌ ତଥ୍ୟ ମିଳିପାରିନାହିଁ ।

ଘଟଣା ନେଇ ଗୋଷ୍ଠୀ ଶିକ୍ଷାଧିକାରୀ ଏସ୍‌ ଗିରିଧରଙ୍କୁ ପଚାରିବାରୁ ସେ କୁହନ୍ତି, କିଛି ଦିନ ପୂର୍ବେ କିଛି ଶିକ୍ଷୟତ୍ରୀ/ଶିକ୍ଷକ ବିଦ୍ୟାଳୟରେ ବିଳମ୍ବରେ ପହଞ୍ଚିବାରୁ ଗ୍ରାମବାସୀ ଏହାର ବିରୋଧ କରିଥିଲେ। ଏହାକୁ କେନ୍ଦ୍ର କରି ପ୍ରଧାନଶିକ୍ଷୟିତ୍ରୀ ଜଣଙ୍କ ଶନିବାର ସକାଳୁଆ ସ୍କୁଲ ହୋଇଥିବା ବେଳେ ବିଦ୍ୟାଳୟରେ ଶିକ୍ଷକ ଏବଂ ଛାତ୍ରୀଛାତ୍ର ସାଢ଼େ ୬ଟା ପୂର୍ବରୁ ଉପସ୍ଥିତ ରହିବା ପାଇଁ ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ ରହିଛି। ସମୟ ନିର୍ଘଣ୍ଟ ଉଭୟ ଶିକ୍ଷକ ଓ ଶିକ୍ଷାର୍ଥୀମାନଙ୍କ ପାଇଁ ଲାଗୁ କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନଶିକ୍ଷୟିତ୍ରୀ ଜଣଙ୍କ ଶନିବାର ସକାଳ ସାଢ଼େ ୬ଟାରେ ବିଦ୍ୟାଳୟ ଫାଟକ ଭିତରପଟୁ ତାଲା ପକାଇ ଦେଇଥିଲେ। ଯାହା ଫଳରେ ବହୁ ଶିକ୍ଷାର୍ଥୀ ସଠିକ୍‌ ସମୟରେ ବିଦ୍ୟାଳୟରେ ପହଞ୍ଚି ନ ପାରି ବାହାରେ ଠିଆ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri