ଚିକିତ୍ସା ପାଇଁ ଯାଇଥିବା କଏଦୀ ଅଧାବାଟରୁ ଚମ୍ପଟ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପକାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଜନୈକ କଏଦୀ ଚିକିତ୍ସା ପାଇଁ ବାରିପଦା ଯାଇ ଫେରିବା ବେଳେ ଚମ୍ପଟ ମାରିଥିବା ସୂଚନା ମିଳିଛି। କଏଦୀ ଜଣକ ହେଲେ ବହଳଦା ବ୍ଲକ ଝରାଡ଼ିହି ଅଞ୍ଚଳର ଡମାନ ମାରାଣ୍ଡି। ତାଙ୍କୁ ଯକ୍ଷ୍ମା(ଟିବି) ହୋଇଥିବାରୁ ସବ୍‌ଜେଲର କର୍ମଚାରୀ ଏକ ଗାଡ଼ିରେ ବାରିପଦାସ୍ଥିତ ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିଲେ। ସେଠାରୁ ସନ୍ଧ୍ୟା ପ୍ରାୟ ୫ଟା ବେଳେ ଫେରୁଥିବା ସମୟରେ ବିଶୋଇ ଥାନା କୁନ୍ଦୁଳିଆ ନିକଟରେ ଶୌଚ ପାଇଁ କହି ଗାଡ଼ିରୁ ଓହ୍ଲାଇଲେ। ସେହି ସମୟରେ ଚମ୍ପଟ ମାରିଥିଲେ। ରାଇରଙ୍ଗପୁର ଜେଲର ଓ କର୍ମଚାରୀମାନେ ଫେରାର କଏଦୀ ଡମାନଙ୍କୁ ଖୋଜୁଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ୨୦୧୩ ମସିହାରେ ଏକ ହତ୍ୟା ମାମଲାରେ ତିରଙ୍ଗ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ହତ୍ୟାକାରୀ ଡମାନ ମାରାଣ୍ଡିଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ୨୦୧୬ ଡିସେମ୍ବର ୧୯ରେ ରାଇରଙ୍ଗପୁର ଜିଲା ଅତିରିକ୍ତ ଦୌରାଜଜ୍‌ ଡମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri