ହସ୍ପିଟାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଫେରାର

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବିଚାରାଧୀନ କଏଦୀ ଶନିବାର ବିଳମ୍ବିତ ରାତିରେ ଜେଲ ଓ୍ବାର୍ଡରକୁ ଚକମା ଦେଖାଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବିହାର ମାଧୋପୁର ଥାନା ବୋଥନା ଗ୍ରାମର ଇନ୍ଦ୍ରଜିତ ସାହାଣୀ(୨୫)। ଏହା ଜଣାପଡ଼ିବା ପରେ ଜେଲ ସୁପରିଟଣ୍ଡେଣ୍ଟ ଲକ୍ଷ୍ମୀକାନ୍ତ ଧାଙ୍ଗଡ଼ା ମାଝି ଝାରସୁଗୁଡ଼ା ଟାଉନ ଥାନାରେ ଫେରାର କଏଦୀଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ଏନେଇ ପୋଲିସ ଝାରସୁଗୁଡା ଟାଉନ ଥାନା କେସ ନଂ. ୪୩୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଏନେଇ ଜେଲ ସୁପରିଟେଣ୍ଡେଣ୍ଟ  ହସ୍ପିପିଟାଲରେ କଏଦୀଙ୍କୁ ଜଗି ରହିଥିବା କାର୍ଯ୍ୟରତ ଜେଲ ଓ୍ବାର୍ଡର କିଶୋର କୁମାର ଯୋଶୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବାବେଳେ ଅନ୍ୟ ୨ଜଣ ଜେଲ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଏନେଇ ଜେଲ ସୁପରିଟେଣ୍ଡେଣ୍ଟ କହିଛନ୍ତି, ଫେରାର କଏଦୀଙ୍କୁ ଧରିବା ପାଇଁ ଜେଲ କର୍ତ୍ତୃପକ୍ଷ ଓ ପୋଲିସ ତରଫରୁ ତନାଘନା ଚାଲିଛି ।

ସୂଚନାଯୋଗ୍ୟ, ଫେରାର କଏଦୀ ଇନ୍ଦ୍ରଜିତଙ୍କୁ ଓରିଏଣ୍ଟ ଥାନା ପୋଲିସ ବ୍ରଜରାଜନଗରରୁ ଏକ ଟ୍ରକ୍‌ ଚୋରି ଅଭିଯୋଗରେ ଗିରଫ କରି ଗତ ୨୬ ତାରିଖରେ କୋର୍ଟ ଚାଲାଣ କରିଥିଲା। କୋର୍ଟରେ ହାଜର ହେବା ପରେ ମାଜିଷ୍ଟ୍ରେଟ ତାଙ୍କୁ ଜେଲ ହାଜତକୁ ପଠାଇ ଦେଇଥିଲେ। ସବ୍‌ ଜେଲରେ ସେ ବିଚାରାଧୀନ କଏଦୀ ଭାବେ ରହିଥିଲେ। ଗତ ୨୭ ତାରିଖରେ ସେ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରି ଅସୁସ୍ଥ ହୋଇପଡ଼ିଥିଲେ। ତା’ପରେ ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତାଙ୍କର ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?