ସପକ୍ଷବାଦୀ-ବିପକ୍ଷବାଦୀ ଛକାପଞ୍ଝା

ସମ୍ବଲପୁର,୭।୯(ବ୍ୟୁରୋ): ସମ୍ବଲପୁର ଜିଲାରେ ବନ୍ଦ ପାଳନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ସେପ୍ଟେମ୍ବର ୭ରେ ଦିଆଯାଇଥିବା ମହାବନ୍ଦ ଡାକରାକୁ ବିରୋଧ କରାଯାଇଛି। ସହରର ମୁଖ୍ୟ ସ୍ଥାନରେ ସବୁ ଖୋଲା ବୋଲି ଲେଖାଯାଇଥିବା ବ୍ୟାନର ଲଗାଯାଇଛି। ଅନ୍ୟପଟେ ବନ୍ଦ ପାଳନକୁ ସମର୍ଥନ କରୁଥିବା ଅନୁଷ୍ଠାନ ମଧ୍ୟ ବନ୍ଦ ପାଳନ ସଫଳ ହେବା ନେଇ ରଣନୀତି କରୁଛି। ଏହାକୁ ନେଇ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହି ଉତ୍ତେଜନା ପ୍ରକାଶ ପାଇଛି। ଉଭୟ ଗୋଷ୍ଠୀ ବିଭିନ୍ନ ଅନୁଷ୍ଠାନ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନକୁ ଭେଟି ସମର୍ଥନ ଜୁଟାଇବାରେ ଲାଗିଛନ୍ତି। ଜିଲା ଓକିଲ ସଂଘ ମଧ୍ୟ ବନ୍ଦକୁ ସମର୍ଥନ କିମ୍ବା ବିରୋଧ କରିବ ନାହିଁ। କୋର୍ଟକୁ ସାଧାରଣ ଲୋକ ଆସିବାରେ ସମସ୍ୟା ହେବା କାରଣରୁ ସଂଘ କର୍ମକର୍ତ୍ତା ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି।
ବନ୍ଦ ପାଳନକୁ ବିରୋଧ କରୁଥିବା ହୀରାଖଣ୍ଡ ସାମ୍ମୁଖ୍ୟ ଓ ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦ ଆହ୍ବାନକ୍ରମେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଅନୁଷ୍ଠାନ ସାମିଲ ହୋଇଛନ୍ତି। ମଙ୍ଗଳବାର ଅନୁଷ୍ଠାନର ସଦସ୍ୟମାନେ ଜିଲା ଓକିଲ ସଂଘ, ଏସ୍‌ପି, ଜିଲାପାଳ ତଥା ଅନ୍ୟ କେନ୍ଦ୍ର ଓ ରାଜ୍ୟ ସରକାରୀ ବେସରକାରୀ, ବ୍ୟବସାୟୀ ସଂଘ, ଶିକ୍ଷାନୁଷ୍ଠାନକୁ ଯାଇ ସବୁ ଖୋଲା ରଖିବାକୁ ପିକେଟିଂ କରିଛନ୍ତି। ସବୁଠାରେ ଖୋଲା ରଖିବାକୁ ବ୍ୟାନର ଲଗାଇ ସଚେତନ କରୁଛନ୍ତି। ଆମର ଭାଷା ସମ୍ବଲପୁରୀ, ଆମର ରାଏଜ ହୀରାଖଣ୍ଡ ବୋଲି ସ୍ଲୋଗାନ୍‌ ଦେଇଛନ୍ତି। ଏଥିରେ ସାଲିସ କରାଯିବ ନାହିଁ ବୋଲି କହିଥିଲେ। ଅନ୍ୟପଟେ କୋଶଳ ମୁକ୍ତି ମୋର୍ଚ୍ଚା ସପକ୍ଷବାଦୀ ମଧ୍ୟ ଜିଲା ଓକିଲ ସଂଘ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅଫିସକୁ ଯାଇ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର କହିଛନ୍ତି, ବନ୍ଦ ପାଳନ କରିବା ଆଇନସମ୍ମତ ନୁହେଁ। ଯେଉଁମାନେ ବନ୍ଦ କରିବାକୁ ଚାହିଁବେ କରିିପାରିବେ। ହେଲେ ବନ୍ଦ ପାଇଁ କାହା ଉପରେ ବଳ ପ୍ରୟୋଗ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁରକ୍ଷା ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?