ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅନ୍ୟ ଜିଲାଠାରୁ ଅଧିକ। ଧାନ ବିକ୍ରି, ସାର ଓ କୀଟନାଶକ ବିକ୍ରିରେ କଳାବଜାର, କୃଷିକ୍ଷେତ୍ରକୁ ଜଳାଭାବ ଭଳି ଅନେକ ସମସ୍ୟା ଏହି ଜିଲାରେ ଏପର୍ଯ୍ୟନ୍ତ ଅସମାହିତ ରହି ଯାଇଛି । ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ବଢ଼ି ଚାଲିଛି। ଏହି କ୍ରମରେ ରବିବାର ଜିଲାର ଶହୀଦ ମାଧୋ ସିଂ ଆଞ୍ଚଳିକ କୃଷକ ସଂଗଠନର ତରଫରୁ ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ ଧାନ ମଣ୍ଡିରେ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା। ସଂଗଠନର ସଭାପତି ମୁରଲୀ ଭୋଇ ଏଥିରେ ସଭାପତିତ୍ୱ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ବୈଠକରେ ଚାଷୀମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା। ବୈଠକରେ ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ର ଯୋଗଦେଇ ଦେଶର କୃଷକମାନଙ୍କ ଦୁର୍ଦ୍ଦଶା ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ସ୍ବାମୀନାଥନ କମିଟି କାର୍ଯ୍ୟକାରୀ କରିବା, କୃଷିଜାତ ଦ୍ୱାବ୍ୟର ସୁନିଶ୍ଚିତ ବଜାର ବ୍ୟବସ୍ଥା, ବିପର୍ଯୟ ମୁକାବିଲା, ବିଦ୍ୟୁତ୍‌ ସମସ୍ୟା, ଶ୍ରମିକ ମାରାଣ ନୀତି ସହିତ ଲଘୁଚାପ ଜନିତ ବର୍ଷାରେ କ୍ଷୟକ୍ଷତି ଉପରେ ସେ ଆଲୋକପାତ କରିଥିଲେ। ଫସଲବୀମାରେ ଏଗ୍ରିଷ୍ଟାଗକୁ ହଟାଇ ସମସ୍ତ ଚାଷୀଙ୍କୁ ବୀମାଭୁକ୍ତ କରିବା, ଚାଷୀଙ୍କୁ ଆବଶ୍ୟକ ମୁତାବକ ରାସାୟନିକ ସାର ଯୋଗାଣ ଏବଂ ଧାନ ବିକ୍ରି ପଞ୍ଜୀକରଣକୁ ସରଳୀକାରଣ କରିବା ପାଇଁ ସଭାରେ ଗୁରୁତ୍ୱାରୋପ କରାଯାଇଥିଲା । ସମସ୍ତ ଚାଷୀଙ୍କୁ ତୁରନ୍ତ ୟୁରିଆ ଏବଂ ଡିଏପି ସାର ଯୋଗାଇ ନ ଦେଲେ ଯେକୌଣସି ମୁହୂର୍ତ୍ତରେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ବିଭିନ୍ନ ଗ୍ରାମର ଶତାଧିକ ଚାଷୀ ଯୋଗ ଦେଇଥିଲେ । ଅମୃତ ଭୋଇ, ହେମନ୍ତ ମିଶ୍ର, ଖଗେଶ୍ୱର ଦେବତା, ପ୍ରେମରାଜ ସାହୁ, ପ୍ରଭାତ ସାହୁ, ଗୁରୁଚରଣ ଭୋଇ ପ୍ରମୁଖ ଏଥିରେ ସକ୍ରିୟ ଭୂମିକା ନେଇଥିଲେ। କୁଞ୍ଜବିହାରୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri